ମେ’ ୨ ଯାଏ ବନ୍ଦ ରହିବ ବଜାର

ଭବାନୀପାଟଣା,୨୬।୪ କଳାହାଣ୍ଡି ବଣିକ ସଂଘ ପକ୍ଷରୁ ଆସନ୍ତା ୨୮ ରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଭବାନୀପାଟଣା ସହରାଞ୍ଚଳର ସମସ୍ତ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଘୋଷଣା କରାଯାଇଛି। ଏ ନେଇ ଜିଲା ପ୍ରଶାସନକୁ ମଧ୍ୟ ଅବଗତ କରାଯାଇଥିବା ସଂଘ ସଭାପତି ବିଜୟ ସାହୁ ସୂଚନା ଦେଇଛନ୍ତି। ତେବେ ଅତ୍ୟାବଶକ ସାମଗ୍ରୀ ପନିପରିବା, ଫଳ, ଦୁଗ୍ଧ ଦୋକାନଗୁଡିକ ଦୈନିକ ପୂର୍ବାହ୍ନ ୧୦ଟା ପୂର୍ବରୁ ବନ୍ଦ କରିବାକୁ ସଂଘ ପକ୍ଷରୁ କୁହାଯାଇଛି। କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଜିଲାରେ ଚିନ୍ତାଜନକ ଓ ପ୍ରାଣଘାତି ହେଉଛି। ସଂକ୍ରମଣ ଶୃଙ୍ଖଳକୁ ଭାଙ୍ଗିବାକୁ ପଡିବ। ଏନେଇ ସଂଘ ପକ୍ଷରୁ ବଜାର ବନ୍ଦ ନିଷ୍ପତ୍ତି ନିଆଯାଇଛି। ଏହି ୫ ଦିନିଆ ବନ୍ଦରେ ଜୁନାଗଡ଼, ଧର୍ମଗଡ଼, ଜୟପାଟଣା, କେସିଙ୍ଗା, ନର୍ଲା ଓ ମଦନପୁର ରାମପୁର ସମେତ ଅନ୍ୟ ବଣିକ ସଂଘକୁ ଅଞ୍ଚଳରେ ଦୋକାନବଜାର ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ ଅନୁରୋଧ କରାଯାଇଥିବା ସଂଘରୁ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?