Posted inଜାତୀୟ

କରୋନା ଭୂତାଣୁକୁ ନାଶ କରିବ ଏହି ମାସ୍କ

ପୁଣେ,୧୫।୬: କରୋନା ମହାମାରୀର ଦ୍ୱିତୀୟ ଲହର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଛି। ଦ୍ୱିତୀୟ ଲହର ସମୟରେ କରୋନା ଭୂତାଣୁର ସବୁଠାରୁ ବିପଜ୍ଜନକ ଭାରିଏଣ୍ଟ ଦେଖାଦେଇଛି। ଏହି କାରଣରୁ କରୋନା ସଂକ୍ରମିତ ରୋଗୀମାନେ ନିଃଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅମ୍ଳଜାନ ଅଭାବରୁ ଅନେକ ଲୋକଙ୍କର ମୃତ୍ୟୁ ହୋଇଛି। ଏପରି ପରିସ୍ଥିତିରେ ପୁଣେର ଏକ କମ୍ପାନୀ ଏକ ସ୍ବତନ୍ତ୍ର ପ୍ରକାରର ମାସ୍କ ପ୍ରସ୍ତୁତ କରିଛି। ଏହି ମାସ୍କ ୩ଡି ପ୍ରିଣ୍ଟିଂ ଏବଂ ଔଷଧର ମିଶ୍ରଣରୁ ନିର୍ମିତ କରାଯାଇଛି। ଯାହା ସଂସ୍ପର୍ଶରେ ଆସୁଥିବା ଭୂତାଣୁକୁ ନିଷ୍କ୍ରିୟ କରିଥାଏ। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ବିଭାଗ ସୂଚନା ଦେଇଛି ଯେ ଥିଙ୍କର୍‌ ଟେକ୍ନୋଲୋଜି ଇଣ୍ଡିଆ ପିଭି ଲିମିଟେଡ (Thincr Technologies India Private Limited) ଦ୍ୱାରା ବିକଶିତ ଏହି ମାସ୍କରେ ଆଣ୍ଟି-ଭାଇରାଲ ଏଜେଣ୍ଟର ଆବରଣ ରହିଛି। ଏକ ପରୀକ୍ଷଣରୁ ଜଣାପଡିଛି ଯେ, ଏହି ଆବରଣ SARS-CoV 2କୁ ନିଷ୍କ୍ରିୟ କରିଥାଏ। ବିଭାଗ କହିଛି ଯେ ଏହି ଆବରଣରେ ସୋଡିୟମ ଓଲେଫିନ ସଲଫୋନେଟ୍‌ ଆଧାରିତ ମିଶ୍ରଣ ବ୍ୟବହାର କରାଯାଇଛି। ଯେତେବେଳେ ଏହି ଆବରଣ ସଂସ୍ପର୍ଶରେ କରୋନା ଭୂତାଣୁ ଆସେ, ତାହାର ବାହାର ଝିଲ୍ଲୀ ନଷ୍ଟ ହୋଇଯାଏ।

 


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri