ଆରମ୍ଭ ହେଲାଣି ଅଙ୍କକଷା

ଢେଙ୍କାନାଳ ଅଫିସ, ୧୫ା୧ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହୋଇଉଠିଛି ଢେଙ୍କାନାଳ। ରାଜ୍ୟ ରାଜନୀତିର ଅନ୍ୟତମ ପାଓ୍ବାର କରିଡର କୁହାଯାଉଥିବା ଏହି ଶିଳ୍ପ ଜିଲାରେ ଗତ ପଞ୍ଚାୟତ ନିର୍ବାଚନରେ ଜିଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ବିଜେଡି-ଭାଜପା ମଧ୍ୟରେ ହୋଇଥିଲା ତୁମୁଳ ଲଢ଼େଇ। ତେବେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ୧୫-୧୨ ବ୍ୟବଧାନରେ ବାଜି ମାରିନେଇଥିଲା ଶାସକ ଦଳ। ଦୁର୍ବଳ ନେତୃତ୍ୱ ପାଇଁ ମୂଳପୋଛ ହୋଇଯାଇଥିଲା କଂଗ୍ରେସ। ତେବେ ଗତ ୫ ବର୍ଷରେ ସ୍ଥିତି ବଦଳିଛି। କିଛି ନେତା, କର୍ମୀ ପଟ ପରିବର୍ତ୍ତନ କରିଛନ୍ତି। ପ୍ରମୁଖ ଦଳ ନିଜର ସାଙ୍ଗଠନିକ ଶକ୍ତି ମଧ୍ୟ ବଢ଼ାଇଛନ୍ତି। ଏସବୁ ସମୀକରଣକୁ ଦେଖିଲେ ଚଳିତ ନିର୍ବାଚନରେ ତୁମୁଳ ପ୍ରତିଦ୍ୱନ୍ଦ୍ୱିତା ହେବା ସମ୍ଭାବନା ଅଧିକ। ଅପରପକ୍ଷେ ଦୁଇଦିନ ପରେ ୧୭ ତାରିଖରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଉଥିବାବେଳେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେଡି, ଭାଜପା, କଂଗ୍ରେସ ପକ୍ଷରୁ ଆରମ୍ଭ ହୋଇଛି ପ୍ରାର୍ଥୀ ଚୟନ ପ୍ରକ୍ରିୟା।
୨୦୧୭ ପଞ୍ଚାୟତ ନିର୍ବାଚନରେ ୨୭ ଜିଲା ପରିଷଦ ଆସନ ମଧ୍ୟରୁ ବିଜେଡି ଭାଗରେ ପଡ଼ିଥିଲା ୧୫। ଭାଜପା ୧୨ ଆସନ ଅକ୍ତିଆର କରିଥିବାବେଳେ କଂଗ୍ରେସ ଖାତା ଖୋଲି ପାରି ନ ଥିଲା। କରୋନାରେ ପରଜଙ୍ଗ ବ୍ଲକ ୩ନଂ. ଜୋନ୍‌ ସଭ୍ୟଙ୍କ ମୃତ୍ୟୁ ଘଟିବା ପରେ ହୋଇଥିବା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିଲେ। ଫଳରେ ବିଜେଡି ଆସନ ସଂଖ୍ୟା ୧୬ରେ ପହଞ୍ଚତ୍ଛି। ଏଥର ନିର୍ବାଚନରେ ଅଧ୍ୟକ୍ଷଙ୍କ ସମେତ ୧୪ ଜିଲା ପରିଷଦ ଆସନ ବିଭିନ୍ନ ବର୍ଗର ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ତେଣୁ ଉପଯୁକ୍ତ ମହିଳା ପ୍ରାର୍ଥୀଙ୍କୁ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇବାକୁ ରଣନୀତି ପ୍ରସ୍ତୁତ କରୁଛନ୍ତି ପ୍ରମୁଖ ଦଳ। ସବୁ ଦଳ ନିର୍ବିବାଦୀୟ ତଥା ଯୁବ ଚେହେରାଙ୍କୁ ଗୁରୁତ୍ୱ ଦେଉଛନ୍ତି। ଅପରପକ୍ଷେ ଏକାଧିକ ଆଶାୟୀଙ୍କ ମଧ୍ୟରୁ ଉପଯୁକ୍ତ ପ୍ରାର୍ଥୀ ଚୟନ, ନିର୍ବାଚନ ପୂର୍ବରୁ ଆଭ୍ୟନ୍ତରୀଣ କନ୍ଦଳର ସମାଧାନ କରିବା ତୁଙ୍ଗନେତାଙ୍କ ପାଇଁ ଆହ୍ବାନ ସାଜିଛି। ଏପଟେ ଜିଲା ପରିଷଦ ଅଧ୍ୟକ୍ଷ ପଦବୀ ଦଖଲ ପାଇଁ ଉଭୟ ବିଜେଡି, ଭାଜପା ଦୃଢ଼ୋକ୍ତି ପ୍ରକାଶ କରିସାରିଲେଣି। ସେହିପରି ଗତ ନିର୍ବାଚନର ତ୍ରୁଟି ସୁଧାରି ଭଲ ପ୍ରଦର୍ଶନ କରିବାକୁ ଅଣ୍ଟା ଭିଡ଼ିଛି କଂଗ୍ରେସ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri