ସ୍କୁଲରେ ଆୟୋଜନ ହେବ ମାଥ୍‌ମେଟିକ୍ସ ମେଳା

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ ପ୍ରତି ଆକର୍ଷିତ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ ଓଡ଼ିଶା ବିଜ୍ଞାନ ଏକାଡେମୀ ଏବଂ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ସହ ମିଳିତ ଭାବରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରୁଛି। ସେହିଭଳି ପିଲାଙ୍କ ମଧ୍ୟରେ ଗଣିତ ପ୍ରତି ଉତ୍ସାହ ବୃଦ୍ଧି ପାଇଁ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାଥମେଟିକ୍ସ ଆଣ୍ଡ୍‌ ଆପ୍ଲିକେସନ୍ସ ସହ କାର୍ଯ୍ୟ କରିବ ‘ମୋ ସ୍କୁଲ୍‌’। ଉଭୟ ଅନୁଷ୍ଠାନର ସହଯୋଗରେ ଉଚ୍ଚ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ମାଥ୍‌ମେଟିକ୍ସ ମେଳାର ଆୟୋଜନ କରାଯିବ। ଗଣିତ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି କ୍ଷେତ୍ରରେ ମଧ୍ୟ ଉଭୟ ମିଳିତ ଭାବରେ କାର୍ଯ୍ୟ କରିବେ। ଏନେଇ ‘ମୋ ସ୍କୁଲ୍‌ ଅଭିଯାନ’ର ୩୫ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି।
ସୋମବାର ଭର୍ଜୁଆଲରେ ଅନୁଷ୍ଠିତ ଏହି ବୈଠକରେ ଅଧ୍ୟକ୍ଷତା କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ‘ମୋ ସ୍କୁଲ୍‌ ଅଭିଯାନ’ ମାଧ୍ୟମରେ ରାଜ୍ୟରେ ଥିବା ସମସ୍ତ ସରକାରୀ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ। ଏହି ଅବସରରେ ଓଡ଼ିଶାର ୨୬ ଜିଲାର ୧,୫୫୭ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ମୋଟ ୧୩୧ କୋଟି ୭୩ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ୩ୟ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଏବଂ ‘ମୋ ସ୍କୁଲ୍‌’ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ୨୦୨୨-୨୩ ଆର୍ଥିକ ବର୍ଷରେ ‘ମୋ ସ୍କୁଲ୍‌ ଅଭିଯାନ’କୁ ୬୪୪ କୋଟି ଟଙ୍କାର ଆର୍ଥିକ ଅନୁଦାନ ମିଳିଛି। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ପରେ ବଳକା ଥିବା ୪,୩୧୦ଟି ଉଚ୍ଚ ବିଦ୍ୟାଳୟରୁ ୩ୟ ପର୍ଯ୍ୟାୟରେ ୨,୧୫୯ଟି ହାଇସ୍କୁଲର ରୂପାନ୍ତରଣ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ସେହିପରି ରୂପାନ୍ତରିତ ହୋଇଥିବା ଉଚ୍ଚ ବିଦ୍ୟାଳୟଗୁଡ଼ିକର ଛାତ୍ରୀଛାତ୍ରଙ୍କୁ କୋଡିଂ ଶିକ୍ଷାଦାନ ଉଦ୍ଦେଶ୍ୟରେ ୧,୦୭୬ ହାଇସ୍କୁଲରେ କୋଡ୍‌ କ୍ଲବ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରତ୍ୟେକ ରୂପାନ୍ତରିତ ବିଦ୍ୟାଳୟରେ ସିସିଟିଭି କ୍ୟାମେରା, ବଜ୍ରପାତରୁ ସୁରକ୍ଷା ପାଇଁ ଲାଇଟେନିଂ ଆରେଷ୍ଟର୍‌ ଏବଂ ଅଗ୍ନିନିର୍ବାପକ ଯନ୍ତ୍ର ଲଗାଯିବ। ହାଇସ୍କୁଲ୍‌ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ ରୂପାନ୍ତରିତ ହୋଇଥିବା ସମସ୍ତ ସ୍କୁଲ୍‌ରେ ଇଣ୍ଟରନେଟ୍‌ ସଂଯୋଗ କରାଯିବ। ବିଶେଷକରି ଆଭ୍ୟନ୍ତରୀଣ ଅଞ୍ଚଳରେ ଥିବା ସ୍କୁଲଗୁଡ଼ିକରେ ଯେପରି ପିଲାମାନେ ଇଣ୍ଟରନେଟ୍‌ ସୁବିଧା ପାଇପାରିବେ ତାହା ଉପରେ ଗୁରୁତ୍ୱ ଦେବାକୁ ବିଷ୍ଣୁପଦ ସେଠୀ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ‘ମୋ ସ୍କୁଲ୍‌’ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ବିଭାଗୀୟ ଅତିରିକ୍ତ ଶାସନ ସଚିବ ପ୍ରତାପ କୁମାର ମିଶ୍ର, ବିଭାଗୀୟ ଆର୍ଥିକ ଉପଦେଷ୍ଟା ରତିକାନ୍ତ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri