ସ୍କୁଲରେ ଆୟୋଜନ ହେବ ମାଥ୍‌ମେଟିକ୍ସ ମେଳା

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ ପ୍ରତି ଆକର୍ଷିତ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ ଓଡ଼ିଶା ବିଜ୍ଞାନ ଏକାଡେମୀ ଏବଂ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ସହ ମିଳିତ ଭାବରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରୁଛି। ସେହିଭଳି ପିଲାଙ୍କ ମଧ୍ୟରେ ଗଣିତ ପ୍ରତି ଉତ୍ସାହ ବୃଦ୍ଧି ପାଇଁ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାଥମେଟିକ୍ସ ଆଣ୍ଡ୍‌ ଆପ୍ଲିକେସନ୍ସ ସହ କାର୍ଯ୍ୟ କରିବ ‘ମୋ ସ୍କୁଲ୍‌’। ଉଭୟ ଅନୁଷ୍ଠାନର ସହଯୋଗରେ ଉଚ୍ଚ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ମାଥ୍‌ମେଟିକ୍ସ ମେଳାର ଆୟୋଜନ କରାଯିବ। ଗଣିତ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି କ୍ଷେତ୍ରରେ ମଧ୍ୟ ଉଭୟ ମିଳିତ ଭାବରେ କାର୍ଯ୍ୟ କରିବେ। ଏନେଇ ‘ମୋ ସ୍କୁଲ୍‌ ଅଭିଯାନ’ର ୩୫ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି।
ସୋମବାର ଭର୍ଜୁଆଲରେ ଅନୁଷ୍ଠିତ ଏହି ବୈଠକରେ ଅଧ୍ୟକ୍ଷତା କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ‘ମୋ ସ୍କୁଲ୍‌ ଅଭିଯାନ’ ମାଧ୍ୟମରେ ରାଜ୍ୟରେ ଥିବା ସମସ୍ତ ସରକାରୀ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ। ଏହି ଅବସରରେ ଓଡ଼ିଶାର ୨୬ ଜିଲାର ୧,୫୫୭ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ମୋଟ ୧୩୧ କୋଟି ୭୩ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ୩ୟ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଏବଂ ‘ମୋ ସ୍କୁଲ୍‌’ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ୨୦୨୨-୨୩ ଆର୍ଥିକ ବର୍ଷରେ ‘ମୋ ସ୍କୁଲ୍‌ ଅଭିଯାନ’କୁ ୬୪୪ କୋଟି ଟଙ୍କାର ଆର୍ଥିକ ଅନୁଦାନ ମିଳିଛି। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ପରେ ବଳକା ଥିବା ୪,୩୧୦ଟି ଉଚ୍ଚ ବିଦ୍ୟାଳୟରୁ ୩ୟ ପର୍ଯ୍ୟାୟରେ ୨,୧୫୯ଟି ହାଇସ୍କୁଲର ରୂପାନ୍ତରଣ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ସେହିପରି ରୂପାନ୍ତରିତ ହୋଇଥିବା ଉଚ୍ଚ ବିଦ୍ୟାଳୟଗୁଡ଼ିକର ଛାତ୍ରୀଛାତ୍ରଙ୍କୁ କୋଡିଂ ଶିକ୍ଷାଦାନ ଉଦ୍ଦେଶ୍ୟରେ ୧,୦୭୬ ହାଇସ୍କୁଲରେ କୋଡ୍‌ କ୍ଲବ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରତ୍ୟେକ ରୂପାନ୍ତରିତ ବିଦ୍ୟାଳୟରେ ସିସିଟିଭି କ୍ୟାମେରା, ବଜ୍ରପାତରୁ ସୁରକ୍ଷା ପାଇଁ ଲାଇଟେନିଂ ଆରେଷ୍ଟର୍‌ ଏବଂ ଅଗ୍ନିନିର୍ବାପକ ଯନ୍ତ୍ର ଲଗାଯିବ। ହାଇସ୍କୁଲ୍‌ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ ରୂପାନ୍ତରିତ ହୋଇଥିବା ସମସ୍ତ ସ୍କୁଲ୍‌ରେ ଇଣ୍ଟରନେଟ୍‌ ସଂଯୋଗ କରାଯିବ। ବିଶେଷକରି ଆଭ୍ୟନ୍ତରୀଣ ଅଞ୍ଚଳରେ ଥିବା ସ୍କୁଲଗୁଡ଼ିକରେ ଯେପରି ପିଲାମାନେ ଇଣ୍ଟରନେଟ୍‌ ସୁବିଧା ପାଇପାରିବେ ତାହା ଉପରେ ଗୁରୁତ୍ୱ ଦେବାକୁ ବିଷ୍ଣୁପଦ ସେଠୀ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ‘ମୋ ସ୍କୁଲ୍‌’ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ବିଭାଗୀୟ ଅତିରିକ୍ତ ଶାସନ ସଚିବ ପ୍ରତାପ କୁମାର ମିଶ୍ର, ବିଭାଗୀୟ ଆର୍ଥିକ ଉପଦେଷ୍ଟା ରତିକାନ୍ତ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri