ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ

ଭୁବନେଶ୍ୱର,୮।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷା ବାତିଲ ହେବା ପରେ ରେଜଲ୍ଟ କିପରି ପ୍ରକାଶ ପାଇବ ଓ କେଉଁ ଆଧାରରେ ପିଲାଙ୍କୁ ମାର୍କ ଦିଆଯିବ ତାହାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ ହୋଇଛି। ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ମୂଲ୍ୟାୟନ ହେବ। ଏହି ବିକଳ୍ପ ପଦ୍ଧତିକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଏକ୍‌ଜାମିନେଶନ କମିଟି ଅନୁମୋଦନ କରିଛି। ଏଥିସହିତ ବୋର୍ଡ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପଦ୍ଧତି ଅନୁସାରେ ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ଏବଂ ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ ପରୀକ୍ଷା ମାର୍କକୁ ବିଚାରକୁ ନିଆଯିବ। ନବମ ଶ୍ରେଣୀର ସର୍ବୋଚ୍ଚ ମାର୍କର ୪୦ ପ୍ରତିଶତ ଓ ଦଶମ ଶ୍ରେଣୀର ୩ଟି ଅଭ୍ୟାସ ପରୀକ୍ଷାର ୨ଟି ସର୍ବୋଚ୍ଚ ମାର୍କକୁ ୬୦ ପ୍ରତିଶତ ହିସାବରେ ଗ୍ରହଣ କରାଯିବ। ଯଦି ଛାତ୍ରୀଛାତ୍ର ଦଶମରେ କୌଣସି ପରୀକ୍ଷା ଦେଇ ନ ଥିବେ ତେବେ ନବମ ଶ୍ରେଣୀ ମାର୍କକୁ ବିଚାର କରାଯିବ। ଦଶମରେ ଗୋଟିଏ ପରୀକ୍ଷା ଦେଇଥିଲେ ନବମର ୭୦ ପ୍ରତିଶତକୁ ଗୁରୁତ୍ୱ ମିଳିବ। ରେଜଲ୍ଟ ପ୍ରସ୍ତୁତି ପାଇଁ ୨,୭୬୬ଟି ସ୍କୁଲକୁ ମେଣ୍ଟର ଭାବେ ଘୋଷଣା କରାଯାଇଛି। ଏଥିସହ ମେଣ୍ଟର ସ୍କୁଲର ପ୍ରଧାନଶିକ୍ଷକ ସବୁ ସ୍କୁଲର ମାର୍କ ଅପ୍‌ଲୋଡ୍‌ କରିବେ। ଆସନ୍ତା ୨୪ରୁ ୩୧ ତାରିଖ ମଧ୍ୟରେ ପ୍ରଧାନଶିକ୍ଷକ ମାର୍କ ଅପ୍‌ଲୋଡ୍‌ କରିବା ପାଇଁ ଧାର୍ଯ୍ୟ ହୋଇଛି। ଏହାପରେ ମାର୍କଗୁଡ଼ିକର ଟାବୁଲେଶନ ବୋର୍ଡ ଦ୍ୱାରା କରାଯିବ ଏବଂ ପରୀକ୍ଷା ଫଳ ପ୍ରକ୍ରିୟା ଆରମ୍ଭ ହେବ। ସମସ୍ତ ପ୍ରକ୍ରିୟ ଶେଷ ହେବାପରେ ବୋର୍ଡ ବିଧିବଦ୍ଧ ଭାବେ ଫଳ ପ୍ରକାଶ କରିବ। ଜୁନ୍‌ ୩୦ ସୁଦ୍ଧା ଫଳ ପ୍ରକାଶନ ପାଇଁ ବୋର୍ଡ ଲକ୍ଷ୍ୟ ରଖିଛି। ତେବେ ଏହି ପଦ୍ଧତିରେ ମିଳିଥିବା ମାର୍କକୁ ନେଇ ଯଦି କେହି ଛାତ୍ରୀଛାତ୍ର ଅସନ୍ତୁଷ୍ଟ ଥିବେ, ତେବେ ସେମାନେ ପରେ ଅର୍ଥାତ୍‌ କରୋନା ସ୍ଥିତି ସୁଧୁରିବା ପରେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେବା ଲାଗି ବ୍ୟବସ୍ଥା କରାଯିବ ବୋଲି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
ସୂଚନାଯୋଗ୍ୟ, ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାର ଥିଲା। କିନ୍ତୁ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ସ୍ଥିତିକୁ ଦେଖି ପରୀକ୍ଷା ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ ବୋଲି କହିଥିଲେ। କିନ୍ତୁ ପରୀକ୍ଷା ବାତିଲ ଦାବିରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏହାପରେ ମାଟ୍ରିକ ପରୀକ୍ଷାକୁ ରାଜ୍ୟ ସରକାର ବାତିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri