ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ

ଭୁବନେଶ୍ୱର,୮।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷା ବାତିଲ ହେବା ପରେ ରେଜଲ୍ଟ କିପରି ପ୍ରକାଶ ପାଇବ ଓ କେଉଁ ଆଧାରରେ ପିଲାଙ୍କୁ ମାର୍କ ଦିଆଯିବ ତାହାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ ହୋଇଛି। ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ମୂଲ୍ୟାୟନ ହେବ। ଏହି ବିକଳ୍ପ ପଦ୍ଧତିକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଏକ୍‌ଜାମିନେଶନ କମିଟି ଅନୁମୋଦନ କରିଛି। ଏଥିସହିତ ବୋର୍ଡ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପଦ୍ଧତି ଅନୁସାରେ ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ଏବଂ ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ ପରୀକ୍ଷା ମାର୍କକୁ ବିଚାରକୁ ନିଆଯିବ। ନବମ ଶ୍ରେଣୀର ସର୍ବୋଚ୍ଚ ମାର୍କର ୪୦ ପ୍ରତିଶତ ଓ ଦଶମ ଶ୍ରେଣୀର ୩ଟି ଅଭ୍ୟାସ ପରୀକ୍ଷାର ୨ଟି ସର୍ବୋଚ୍ଚ ମାର୍କକୁ ୬୦ ପ୍ରତିଶତ ହିସାବରେ ଗ୍ରହଣ କରାଯିବ। ଯଦି ଛାତ୍ରୀଛାତ୍ର ଦଶମରେ କୌଣସି ପରୀକ୍ଷା ଦେଇ ନ ଥିବେ ତେବେ ନବମ ଶ୍ରେଣୀ ମାର୍କକୁ ବିଚାର କରାଯିବ। ଦଶମରେ ଗୋଟିଏ ପରୀକ୍ଷା ଦେଇଥିଲେ ନବମର ୭୦ ପ୍ରତିଶତକୁ ଗୁରୁତ୍ୱ ମିଳିବ। ରେଜଲ୍ଟ ପ୍ରସ୍ତୁତି ପାଇଁ ୨,୭୬୬ଟି ସ୍କୁଲକୁ ମେଣ୍ଟର ଭାବେ ଘୋଷଣା କରାଯାଇଛି। ଏଥିସହ ମେଣ୍ଟର ସ୍କୁଲର ପ୍ରଧାନଶିକ୍ଷକ ସବୁ ସ୍କୁଲର ମାର୍କ ଅପ୍‌ଲୋଡ୍‌ କରିବେ। ଆସନ୍ତା ୨୪ରୁ ୩୧ ତାରିଖ ମଧ୍ୟରେ ପ୍ରଧାନଶିକ୍ଷକ ମାର୍କ ଅପ୍‌ଲୋଡ୍‌ କରିବା ପାଇଁ ଧାର୍ଯ୍ୟ ହୋଇଛି। ଏହାପରେ ମାର୍କଗୁଡ଼ିକର ଟାବୁଲେଶନ ବୋର୍ଡ ଦ୍ୱାରା କରାଯିବ ଏବଂ ପରୀକ୍ଷା ଫଳ ପ୍ରକ୍ରିୟା ଆରମ୍ଭ ହେବ। ସମସ୍ତ ପ୍ରକ୍ରିୟ ଶେଷ ହେବାପରେ ବୋର୍ଡ ବିଧିବଦ୍ଧ ଭାବେ ଫଳ ପ୍ରକାଶ କରିବ। ଜୁନ୍‌ ୩୦ ସୁଦ୍ଧା ଫଳ ପ୍ରକାଶନ ପାଇଁ ବୋର୍ଡ ଲକ୍ଷ୍ୟ ରଖିଛି। ତେବେ ଏହି ପଦ୍ଧତିରେ ମିଳିଥିବା ମାର୍କକୁ ନେଇ ଯଦି କେହି ଛାତ୍ରୀଛାତ୍ର ଅସନ୍ତୁଷ୍ଟ ଥିବେ, ତେବେ ସେମାନେ ପରେ ଅର୍ଥାତ୍‌ କରୋନା ସ୍ଥିତି ସୁଧୁରିବା ପରେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେବା ଲାଗି ବ୍ୟବସ୍ଥା କରାଯିବ ବୋଲି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
ସୂଚନାଯୋଗ୍ୟ, ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାର ଥିଲା। କିନ୍ତୁ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ସ୍ଥିତିକୁ ଦେଖି ପରୀକ୍ଷା ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ ବୋଲି କହିଥିଲେ। କିନ୍ତୁ ପରୀକ୍ଷା ବାତିଲ ଦାବିରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏହାପରେ ମାଟ୍ରିକ ପରୀକ୍ଷାକୁ ରାଜ୍ୟ ସରକାର ବାତିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri