୨୦୨୨-୨୩ରେ ଆସିଛନ୍ତି ସର୍ବାଧିକ ପର୍ଯ୍ୟଟକ

ସମ୍ବଲପୁର,୮ା୪ (ବ୍ୟୁରୋ): ଦେଶର ଅନ୍ୟ ଅଭୟାରଣ୍ୟ ତୁଳନାରେ ସମ୍ବଲପୁରର ଡେବ୍ରିଗଡ ଅଭୟାରଣ୍ୟକୁ ୨୦୨୨-୨୩ ବର୍ଷରେ ସର୍ବାଧିକ ପର୍ଯ୍ୟଟକ ଆସିଛନ୍ତି। ଏହି ବର୍ଷରେ ଏଠାରେ ଥିବା ଇକୋ ଟୁରିଜମରୁ ୨ କୋଟି ୫୦ ଲକ୍ଷ ଟଙ୍କା ରାଜସ୍ବ ଆଦାୟ ହୋଇଥିବା ବେଳେ ପ୍ରାୟ ୨୭,୦୦୦ ପର୍ଯ୍ୟଟକ ପରିଦର୍ଶନ କରିଛନ୍ତି। ଏହା ମଧ୍ୟରେ ଇଉରୋପୀୟ ଦେଶ, ଦକ୍ଷିଣ ଆଫ୍ରିକା, କାଲିଫର୍ଣ୍ଣିଆ, ସିଡ୍‌ନୀ ପ୍ରଭୃତି ଦେଶର ପର୍ଯ୍ୟଟକ ରହିଛନ୍ତି। ଡେବ୍ରିଗଡର ପ୍ରକୃତି ଶିବିରରେ ୬୦୦୦ରୁ ଅଧିକ ପରିଦର୍ଶକ ରାତ୍ର ରହଣୀ କରିଛନ୍ତି। ସମୁଦାୟ ପର୍ଯ୍ୟଟକଙ୍କ ଭିତରୁ ପ୍ରାୟ ୧୦% ବିଦେଶୀ ରହିଛନ୍ତି। ସଫାରି ପ୍ୟାକେଜ୍‌, ହୀରାକୁଦ କ୍ରୁଜ୍‌ ଓ ଦ୍ୱୀପ ଥିବା ଯୋଗୁ ପର୍ଯ୍ୟଟକଙ୍କୁ ଏହା ଆକର୍ଷିତ କରୁଛି ବୋଲି ହୀରାକୁଦ ବନ୍ୟପ୍ରାଣୀ ଡିଏଫ୍‌ଓ ଅଂଶୁପ୍ରଜ୍ଞା ଦାସ କହିଛନ୍ତି।
ସେ ଆହୁରି କହିଛନ୍ତି, ୧୨,୦୦୦ରୁ ଅଧିକ ପରିଦର୍ଶକ ଅଭୟାରଣ୍ୟର ଜଙ୍ଗଲ ସଫାରିରେ ଭ୍ରମଣ କରିଛନ୍ତି। ଅଭୟାରଣ୍ୟରେ ସମ୍ବର, ହରିଣ, ଭାଲୁ, ୱାଇଲ୍ଡବୋର୍‌, ମୟୂର ଆଦି ବନ୍ୟପ୍ରାଣୀ ରହିଛନ୍ତି। ହୀରାକୁଦ ହ୍ରଦ କୂଳରେ ଚିତାବାଘ ଦେଖିବା ମଧ୍ୟ ନିଶ୍ଚିତ ହୋଇଛି। ଡିସେମ୍ବର ଓ ଜାନୁୟାରୀ ମାସରେ ପ୍ରଥମଥର ପାଇଁ ବେଙ୍ଗଲ ଟାଇଗର ଦେଖିବାକୁ ମିଳିଥିଲା। ଗତବର୍ଷ ୧୬,୦୦୦ ପର୍ଯ୍ୟଟକ ଆସିଥିବାବେଳେ ୧.୫ କୋଟି ଟଙ୍କା ଆୟ ହୋଇଥିଲା। ୨୫୦୦ରୁ ଅଧିକ ପରିଦର୍ଶକ ହୀରାକୁଦ୍‌ ଆର୍ଦ୍ରଭୂମିରେ ଡଙ୍ଗା ଚାଳନା କରିଛନ୍ତି। ଦେବ୍ରିଗଡ ଇକୋଟୁରିଜିମରୁ ଅଞ୍ଚଳବାସୀ ଜୀବିକା ନିର୍ବାହ କରୁଛନ୍ତି। ୫ ଗାଁର ୪୫ରୁ ଅଧିକ ପରିବାର ଏହି କାର୍ଯ୍ୟରେ ନିୟୋଜିତ ଅଛନ୍ତି ବୋଲି ଡିଏଫ୍‌ଓ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri