ଘନଉଛି ବିବାଦ: କର୍ପୋରେଟରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ମେୟରଙ୍କ ସହ ୨୦ କର୍ପୋରେଟର

ଛତ୍ରପୁର,୩୦ା୧(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମରେ ଚାଲିଥିବା ବିବାଦ ଆହୁରି ଘନେଇବାରେ ଲାଗିଛି। ଉକ୍ତ ମହାନଗର ନିଗମର ୨୬ ନମ୍ବର ଓ୍ବାର୍ଡର କର୍ପୋରେଟର ଧୀରେଶ ସାବତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି। ଏନେଇ ଗୁରୁବାର ମହାନଗର ନିଗମର ମେୟର, ଡେପୁଟି ମେୟରଙ୍କ ସମେତ ୨୦ ଜଣ କର୍ପୋରେଟର ଛତ୍ରପୁର ଆସି ଜିଲାପାଳଙ୍କୁ ତାଙ୍କ ବାସଭବନସ୍ଥିତ ଅଫିସରରେ ଭେଟିଥିଲେ।
ଆଇନ ଅନୁଯାୟୀ, ଉକ୍ତ ବିଶୃଙ୍ଖଳା ସୃଷ୍ଟି କରିଥିବା କର୍ପୋରେଟରଙ୍କ ବିରୋଧରେ ଶୃଙ୍ଖଳାଗତ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଏମାନେ ଅନୁରୋଧ କରି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏମାନଙ୍କ କହିବାନୁଯାୟୀ, ବୁଧବାର ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟରେ କର୍ପୋରେଶନ ବୈଠକ ଚାଲିଥିବା ବେଳେ କମିଶନର ଏବଂ ବିଇଏମ୍‌ସି ଷ୍ଟାଫ୍‌ଙ୍କୁ ୨୬ ନମ୍ବର ଓ୍ବାର୍ଡର କର୍ପୋରେଟର ଗାଲିଗୁଲଜ ସହ ଦୁର୍ବ୍ୟବହାର କରିଥିଲେ। ଏଥିସହ ସେ ପରେ କିଛି କର୍ପୋରଟରଙ୍କୁ ଉସକାଇ ବିଇଏମ୍‌ସି କ୍ୟାମ୍ପସ୍‌ ଫାଟକରେ ତାଲା ପକାଇଦେଇଥିଲେ। ଫଳରେ ବିଇଏମ୍‌ସି କାର୍ଯ୍ୟାଳୟକୁ ଆସୁଥିବା ସାଧାରଣ ଜନତାଙ୍କ କାମ ହୋଇପାରି ନ ଥିଲା ବୋଲି ଏମାନେ ଉକ୍ତ ସ୍ମାରକପତ୍ରରେ ଦର୍ଶାଇଛନ୍ତ।

ସୂଚନାଯୋଗ୍ୟ, ବୁଧବାର ୨୬ ନମ୍ବର ଓ୍ବାର୍ଡ କର୍ପୋରେଟର ଗାଳିଗୁଳଜ ଓ ଖରାପ ବ୍ୟବହାର କରିଥିବା ଅଭିଯୋଗ ନେଇ ତାଙ୍କ ବିରୋଧରେ କାର୍ଯ୍ୟାନୂଷ୍ଠାନ ଗ୍ରହଣ କରିବା ପାଇଁ ଗଞ୍ଜାମ ଜିଲାପାଳ ଓ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଏବଂ ମ୍ୟୁନିସିପାଲ ନିର୍ଦ୍ଦେଶକଙ୍କୂ କମିଶନର ଚିଠି ଲେଖିଥିଲେ। ଜିଲାପାଳଙ୍କୁ ଭେଟି ବିଇଏମ୍‌ସି ମେୟର ସଂଘମିତ୍ରା ଦଳାଇ, ଡେପୁଟି ମେୟର ଇ.ବିକେକ ରେଡ୍ଡୀଙ୍କ ସମେତ ୨୦ ଜଣ କର୍ପୋରେଟର ସ୍ମାରକପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ…

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri