ମେୟରଙ୍କୁ ଘେରିଲେ ଓ୍ବାର୍ଡବାସିନ୍ଦା

କଟକ ଅଫିସ,୮।୬: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ୪୬ ନମ୍ବର ଓ୍ବାର୍ଡ ମଙ୍ଗଳବାର ପରିଦର୍ଶନବେଳେ ମେୟର ସୁବାସ ସିଂଙ୍କୁ ସ୍ଥାନୀୟ ଲୋକେ ଘେରାଉ କରିଥିଲେ। ଏହି ଓ୍ବାର୍ଡରେ ଠିକ୍‌ ଭାବେ ଡ୍ରେନ୍‌ ସଫେଇ ହେଉ ନ ଥିବା ସେମାନେ ମେୟରଙ୍କୁ ଅବଗତ କରିଥିଲେ। ଏହି ସମୟରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ମେୟର ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିବା ପରେ ପରିସ୍ଥିତି ଶାନ୍ତ ହୋଇଥିଲା।
ମିଳିଥିବା ସୂଚନା ଅନୁଯାୟୀ, ସିଏମ୍‌ସିର ୪୬ ଓ ୪୮ ନମ୍ବର ଓ୍ବାର୍ଡରେ ଠିକ୍‌ ଭାବେ ଡ୍ରେନ୍‌ ସଫେଇ ହେଉ ନ ଥିବା ଅଭିଯୋଗ ହୋଇଥିଲା। ଏ ନେଇ ମେୟର ସିଂ ଉକ୍ତ ଓ୍ବାର୍ଡ ପରିଦର୍ଶନ କରିଥିଲେ। ୪୬ ନମ୍ବର ୱାର୍ଡର ଶିଖରପୁର ଓ କୋରପୋଖରୀ ଅଞ୍ଚଳରେ ଡ୍ରେନ୍‌ରୁ ପଙ୍କୋଦ୍ଧାର କାର୍ଯ୍ୟ ଜାରି ରହିଛି। ଟେଣ୍ଡର ମାଧ୍ୟମରେ ଏହି କାର୍ଯ୍ୟ କରାଯାଉଛି। ହେଲେ ଠିକ୍‌ ଭାବେ ପଙ୍କୋଦ୍ଧାର କରାଯାଉ ନ ଥିବା ନେଇ ସ୍ଥାନୀୟ ବାସିନ୍ଦା ସୋମବାର ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କୁ ଭେଟି ଏକ ଦାବିପତ୍ର ଦେଇଥିଲେ। ଏ ସମ୍ପର୍କରେ ମେୟର ଜାଣିବା ପରେ ମଙ୍ଗଳବାର ଉକ୍ତ ଅଞ୍ଚଳ ପରିଦର୍ଶନ କରିଥିଲେ। ସେଠାରେ ଚୌଦ୍ୱାର-କଟକ ବିଧାୟକ ସୌଭିକ୍‌ ବିଶ୍ୱାଳ ଓ ସ୍ଥାନୀୟ କର୍ପୋରେଟର ପ୍ରଳୟା ବେଉରା ମଧ୍ୟ ଉପସ୍ଥିତ ଥିଲେ। ଆଗକୁ ବର୍ଷାଋତୁ ଆସୁଥିବାବେଳେ ଡ୍ରେନ ସଫେଇ ଠିକ୍‌ ଭାବେ କରା ନ ଗଲେ ଲୋକମାନେ ଜଳବନ୍ଦୀ ସମସ୍ୟାର ସମ୍ମୁଖୀନ ହେବେ ବୋଲି ସେମାନେ କହିଥିଲେ। ଏଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ମେୟର ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?