ମେୟର ପ୍ରାର୍ଥୀ ବ୍ୟବହାର କରିବେ ୬ ଗାଡ଼ି

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନର କାଉନସିଲର, କର୍ପୋରେଟର, ଅଧ୍ୟକ୍ଷ ଓ ମେୟର ପ୍ରାର୍ଥୀମାନଙ୍କ ପ୍ରଚାର ସକାଶେ ଉପଯୋଗ ହେବାକୁ ଥିବା ଗାଡ଼ି ନିର୍ଦ୍ଧାରଣ କରିଛନ୍ତି। ମେୟର ପ୍ରାର୍ଥୀ ସର୍ବାଧିକ ୬ ଓ କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ଟି ଗାଡ଼ି ପ୍ରଚାର ନିମନ୍ତେ ଉପଯୋଗ କରିପାରିବେ ବୋଲି କମିଶନର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟରୁ ମଙ୍ଗଳବାର ଜାରି ସୂଚନା ଅନୁସାରେ, ଆଗାମୀ ପୌର ନିର୍ବାଚନରେ କାଉନସିଲର/କର୍ପୋରେଟର ପ୍ରାର୍ଥୀମାନେ ୩ ଚକିଆ ଓ ୪ ଚକିଆ ଗାଡ଼ିକୁ ମିଶାଇ ସର୍ବାଧିକ ୨ଟି ଗାଡ଼ି ବ୍ୟବହାର କରିପାରିବେ। ସେହିପରି ଏନ୍‌ଏସି ଓ ପୌର ପରିଷଦର ଅଧ୍ୟକ୍ଷ ପଦବୀ ପାଇଁ ପ୍ରତିନ୍ଦ୍ୱଦନ୍ଦ୍ୱିତା କରୁଥିବା ପ୍ରାର୍ଥୀ ସର୍ବାଧିକ ୪ଟି ତିନି ଚକିଆ ଓ ଚାରି ଚକିଆ ଗାଡ଼ି ବ୍ୟବହାର କରିପାରିବେ। ସମ୍ପୃକ୍ତ ରାଜନୈତିକ ଦଳଗୁଡ଼ିକ ପ୍ରତ୍ୟେକ ମହାନଗର ନିଗମ ଓ ପୌର ପରିଷଦ ଅଞ୍ଚଳରେ ୨ଟି ଚାରିଚକିଆ ଗାଡ଼ି ଉପଯୋଗ କରିପାରିବେ ବୋଲି କମିଶନ ନିର୍ଦ୍ଦେଶ ଦେଇଛନ୍ତି। ତେବେ ପ୍ରାର୍ଥୀମାନଙ୍କୁ କେଉଁ ଧରଣର ଗାଡ଼ି ବ୍ୟବହାର କରିବେ, ଉକ୍ତ ଗାଡ଼ିର ପଞ୍ଜୀକରଣ ନମ୍ବର ଓ ମାଲିକାନା ସମ୍ପର୍କରେ ତଥ୍ୟ ପ୍ରଥମେ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିବାକୁ ହେବ।
ସୂଚନାଯୋଗ୍ୟ, ରାଜ୍ୟ ନିର୍ବାଚନ କମିଶନର ଫେବୃୟାରୀ ୬ରେ କାଉନସିଲର, କର୍ପୋରେଟର, ଅଧ୍ୟକ୍ଷ ଓ ମେୟର ପ୍ରାର୍ଥୀଙ୍କ ନିମନ୍ତେ ନିର୍ବାଚନୀ ଖର୍ଚ୍ଚ ସୀମା ଧାର୍ଯ୍ୟ କରିଥିଲେ। ମହାନଗରର ମେୟର ପ୍ରାର୍ଥୀ ସର୍ବାଧିକ ୧୨ଲକ୍ଷ ଓ କର୍ପୋରେଟର ୨ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ କମିଶନ ଅନୁମତି ଦେଇଛନ୍ତିି। ଯେଉଁ ପୌର ପରିଷଦର ଜନସଂଖ୍ୟା ୧ ଲକ୍ଷରୁ ଅଧିକ ସେଠାରେ ନିର୍ବାଚନ ଲଢୁଥିବା କାଉନସିଲର ୧ ଲକ୍ଷ ଏବଂ ପୌରାଧ୍ୟକ୍ଷ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ। ଯେଉଁ ପୌରାଞ୍ଚଳର ଜନସଂଖ୍ୟା ୫୦ ହଜାରରୁ ୧ ଲକ୍ଷ ସେଠାରେ କାଉନସିଲର ୭୫ ହଜାର ଏବଂ ପୌରାଧ୍ୟକ୍ଷ ୩ ଲକ୍ଷ ଟଙ୍କା ଯାଏ ଖର୍ଚ୍ଚ କରିପାରିବେ। ଯେଉଁ ବିଜ୍ଞାପିତ ଅଞ୍ଚଳଗୁଡ଼ିକର ଜନସଂଖ୍ୟା ୫୦ ହଜାରରୁ କମ୍‌ ସେଠାରେ କାଉନସିଲର ୫୦ ହଜାର ଏବଂ ଅଧ୍ୟକ୍ଷ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri