ବବିଙ୍କ ନାଁରେ ମିଛ ଖବର ପ୍ରସାରଣ କରି ଅଡୁଆରେ ନିର୍ଦ୍ଦିଷ୍ଟ ଗଣମାଧ୍ୟମ, ଜାଣନ୍ତୁ କ’ଣ ରହିଛି … 

ଭୁବନେଶ୍ୱର,୬।୭: ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ବିରୋଧରେ ମିଛ ଓ ଭିତ୍ତିହୀନ ଖବର ପରିବେଷଣ କରିବାରୁ ଏକ ଟିଭି ଚ୍ୟାନେଲ୍‌କୁ ନୋଟିସ୍‌ ଜାରି ହୋଇଛି। ବିଜେଡିରେ ଦୀର୍ଘ ବର୍ଷ ଧରି କାମ କରୁଥିବା  ବବିଙ୍କ ନାମରେ  ପୂର୍ବରୁ କୌଣସି ଅଭିଯୋଗ ନଥିଲା ବେଳେ ଉକ୍ତ ଗଣମାଧ୍ୟମ  ଉଦ୍ଦେଶ୍ୟମୂଳକ ଭାବେ ପ୍ରଣବଙ୍କ ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିବା ପାଇଁ ଲଗାତର ମିଛ ଖବର ପରିବେଷଣ କରୁଥିବା ତାଙ୍କ ଓକିଲ ତରଣୀକାନ୍ତ ମିଶ୍ର ନୋଟିସରେ ଦର୍ଶାଇଛନ୍ତି ।
ପ୍ରଣବଙ୍କ ସରକାରୀ କ୍ୱାର୍ଟର୍ସ ସମ୍ପର୍କରେ ବିଭ୍ରାନ୍ତିକର ଖବର ପରିବେଷଣ କରିବା ସହ ଏହାକୁ ସାରଥୀ ଆଶ୍ରମ ସହ ଉକ୍ତ ଗଣମାଧ୍ୟମ ତୁଳନା କରିଥିଲା । ଏଥିସହ ସରକାରୀ କ୍ବାର୍ଟର୍ସରେ ଖଟିଆ ସେବା ହେଉଥିବା ଭଳି ମିଛ ଖବର ପରିବେଷିତ ହୋଇଥିଲା। ଏପରିକି କ୍ୱାର୍ଟର୍ସକୁ ରଙ୍ଗଶାଳା ଓ ମଧୁଶାଳା ଭାବେ ଚିତ୍ରିତ କରି ସାଧାରଣରେ ପ୍ରଣବଙ୍କ ଭାବମୂର୍ତ୍ତୀ କ୍ଷୁର୍ଣ୍ଣ କରିବା ପାଇଁ ଉଦ୍ୟମ କରାଯାଇଥିବା ନୋଟିସରେ କୁହାଯାଇଛି। ତେବେ ପରିବେଷିତ ଖବରକୁ ମିଛ ବୋଲି ସ୍ବୀକାର କରିବାକୁ ନୋଟିସରେ ଦର୍ଶାଯାଇଛି । ସମ୍ପୃକ୍ତ ଗଣମାଧ୍ୟମ କର୍ତ୍ତୃପକ୍ଷ ପ୍ରଣବଙ୍କୁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିବା ସହ ଏଭଳି ଖବର ପରିବେଷଣରୁ ନିବୃତ୍ତ ରହିବାକୁ କୁହାଯାଇଛି । ନୋଟିସର ୧୫ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ ଚ୍ୟାନେଲ ବିରୋଧରେ ପ୍ରଣବ ପ୍ରକାଶ ମାନହାନୀ ମକଦ୍ଦମା କରିବାକୁ ବାଧ୍ୟ ହେବେ ବୋଲି ନୋଟିସରେ ଦର୍ଶାଯାଇଛି । ନିଦ୍ଦିର୍ଦ୍ଦିଷ:

Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?