ପ୍ରେସ୍‌ମିଟ୍‌ ବର୍ଜନ କଲେ ଗଣମାଧ୍ୟମ ପ୍ରତିନିଧି

ଆନନ୍ଦପୁର,୧୮ା୨(ସ୍ବ.ପ୍ର.): ଆନନ୍ଦପୁର ଜଳସମ୍ପଦ ବିଭାଗ ଅଧୀନରେ ନିର୍ମାଣାଧୀନ ପ୍ରକଳ୍ପ ପରିଦର୍ଶନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ଏ ସମ୍ପର୍କରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଜିଲା ପ୍ରଶାସନ ସ୍ତରରେ ସୂଚନା ପ୍ରଦାନ କରାଯିବା ସହିତ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସାକ୍ଷାତକାର ନେବା ପାଇଁ ଶନିବାର ସକାଳେ ଆନନ୍ଦପୁର ବନ ବିଭାଗର ଶାଳପଡ଼ାସ୍ଥିତ ଡାକବଙ୍ଗଳାଠାରେ ଉପସ୍ଥିତ ରହିବାକୁ କୁହାଯାଇଥିଲା। ଏହିକ୍ରମରେ ଆନନ୍ଦପୁରର ବହୁ ଗଣମାଧ୍ୟମ ପ୍ରତିନିଧି ବନ ବିଭାଗର ଶାଳପଡ଼ାସ୍ଥିତ ଡାକବଙ୍ଗଳାଠାରେ ଉପସ୍ଥିତ ମଧ୍ୟ ରହିଥିଲେ।  କାର୍ଯ୍ୟସୂଚୀ ଅନୁଯାୟୀ ମୁଖ୍ୟ ଶାସନ ସଚିବ ଆନନ୍ଦପୁରରେ ପହଞ୍ଚିବା ପରେ ଡାକବଙ୍ଗଳାରେ ଜିଲାପାଳ, ଜଳସମ୍ପଦ ବିଭାଗ ଅଧିକାରୀ, ଆନନ୍ଦପୁର ଉପଜିଲାପାଳଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟ ଶାସନ ସଚିବ ଡାକବଙ୍ଗଳାରେ ପ୍ରବେଶ ପରେ ପ୍ରଶାସନିକ ସ୍ତରରେ ଏହାର ମୁଖ୍ୟ ଦ୍ୱାରକୁ ବନ୍ଦ କରାଯାଇ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ବାହାରେ ଅପେକ୍ଷା କରିବାକୁ କୁହାଯାଇଥିଲା। ସାକ୍ଷାତକାର ପାଇଁ ଡକାଯିବ ବୋଲି ମଧ୍ୟ କୁହାଯାଇଥିଲା। ଫଳରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଡାକବଙ୍ଗଳା ବାହାରେ ଖରାରେ ଦୀର୍ଘ ସମୟ ଧରି ଛିଡା ହେବାକୁ ପଡ଼ିଥିଲା। ନା ସେମାନଙ୍କ ବସିବା ପାଇଁ ଚଉକି ଖଣ୍ଡେ ଥିଲା ନା ମାଗିଲେ ବି ପାଣି ଟୋପାଏ ମିଳୁଥିଲା। ଏଭଳି ଘଟଣାକୁ ନେଇ ଦୀର୍ଘ ସମୟ ଧରି ବାହାରେ ଖରାରେ ଛିଡ଼ା ହୋଇଥିବା ୨୦ରୁ ଊର୍ଦ୍ଧ୍ୱ ଗଣମାଧ୍ୟମ ପ୍ରତିନିଧି ଅସନ୍ତୋଷ ପ୍ରକାଶ ସହିତ ଜିଲା ପ୍ରଶାସନ ଉପରେ କ୍ଷୋଭ ପ୍ରକାଶ ମଧ୍ୟ କରିଥିଲେ। ଶେଷରେ ଉପସ୍ଥିତ ବରିଷ୍ଠ ଗଣମାଧ୍ୟମ ପ୍ରତିନିଧିମାନଙ୍କ ନିଷ୍ପତ୍ତି କ୍ରମେ ସମୂହ ଡାକବଙ୍ଗଳା ପରିସରରୁ ପଳାଇଆସିଥିଲେ। ମୁଖ୍ୟ ଶାସନ ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମ ଅବସରରେ ଡାକବଙ୍ଗଳାଠାରେ କେନ୍ଦୁଝର ଜିଲାପାଳ ଖୋଦ୍‌ ଉପସ୍ଥିତ ରହିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରତି ଏଭଳି ବ୍ୟବହାର ଘଟଣାକୁ ବୁଦ୍ଧିଜୀବୀ ମହଲରେ ନାପସନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?