୨୪ ଘଣ୍ଟା ଖୋଲା ରହିବ ନିରାମୟ କେନ୍ଦ୍ର

ଭୁବନେଶ୍ୱର,୨୧ା୧୧(ଅନିଲ ଦାସ): ସରକାରୀ ହସ୍ପିଟାଲଗୁଡ଼ିକରେ ଥିବା ‘ନିରାମୟ’ କେନ୍ଦ୍ରଗୁଡ଼ିକ ୨୪ ଘଣ୍ଟା ଖୋଲା ରହିବ। ଗୃହନିର୍ମାଣ ଓ ନଗର ଉନ୍ନୟନ ଏବଂ ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବୁଧବାର ପୂର୍ବାହ୍ନରେ ଖାରବେଳ ଭବନରେ ଓଡ଼ିଶା ରାଜ୍ୟ ଔଷଧ ନିଗମର ସମୀକ୍ଷା ବେଳେ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଠିକ୍‌ ସମୟରେ ଔଷଧ କ୍ରୟ ଓ ବିତରଣକୁ ତ୍ୱରାନ୍ବିତ କରି ସାଧାରଣ ରୋଗୀଙ୍କ ପାଖରେ ଆବଶ୍ୟକତା ଅନୁସାରେ ଔଷଧ ପହଞ୍ଚାଇବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଆଗାମୀ ଦିନରେ ଆବଶ୍ୟକସଂଖ୍ୟକ କର୍ମଚାରୀ ନିୟୋଜିତ କରି ନିଗମର କାର୍ଯ୍ୟଧାରାକୁ ଆହୁରି ପରିପୁଷ୍ଟ କରିବାକୁ ମନ୍ତ୍ରୀ କହିଛନ୍ତି। ବାରିପଦାରେ ସ୍ଥାପିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌) ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ବୟଂସମ୍ପୂର୍ଣ୍ଣ କରିବା ନିମନ୍ତେ ପଦକ୍ଷେପ ନେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କଲେଜକୁ ସମସ୍ତ ଆବଶ୍ୟକ ଚିକିତ୍ସା ଉପକରଣ, ଶଯ୍ୟା ତଥା ଆନୁଷଙ୍ଗିକ ସୁବିଧାସୁଯୋଗ ଉପଲବ୍ଧ କରାଇବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଜିଲା ଚିକିତ୍ସାଳୟଠାରୁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ତଥା ରାଜ୍ୟରେ ଥିବା ସମସ୍ତ ସରକାରୀ ମେଡ଼ିକାଲ କଲେଜଗୁଡ଼ିକ ନିମନ୍ତେ ଔଷଧ ସାମଗ୍ରୀ ଏବଂ ଡାକ୍ତରୀ ଯନ୍ତ୍ରପାତି କ୍ରୟ ତଥା ବିତରଣ ବ୍ୟବସ୍ଥା ନେଇ ନିଗମର ପରିଚାଳନା ନିର୍ଦ୍ଦେଶିକା ପୁମା ଟୁଡ଼ୁ ତଥ୍ୟ ଉପସ୍ଥାପନ କରିଥିଲେ। ସମସ୍ତ ସରକାରୀ ଚିକିତ୍ସାଳୟରେ ରୋଗୀମାନଙ୍କ ପାଇଁ ଔଷଧ ପହଞ୍ଚାଇବା କାର୍ଯ୍ୟ ନିଗମ ଜାରି ରଖିଛି। ରାଜ୍ୟ ସରକାରଙ୍କ ଖୁସି, ସମ୍ପୂର୍ଣ୍ଣା ଏବଂ ଔଷଧଯୁକ୍ତ ମଶାରି ବଣ୍ଟନ ପରି ଯୋଜନାର ସଫଳ ରୂପାୟନ ଦିଗରେ ନିଗମ କାର୍ଯ୍ୟ କରୁଛି ବୋଲି ସେ କହିଛନ୍ତି। ସମୀକ୍ଷା ବୈଠକରେ ସାଧାରଣ ଉଦ୍ୟୋଗ ବିଭାଗର ଶାସନ ସଚିବ ଟି. ଆଓ, ସ୍ବତନ୍ତ୍ର ଶାସନ ସଚିବ ନୀହାର ରଞ୍ଜନ ଦାଶ, ଡିଏମ୍‌ଇଟି ପ୍ରଫେସର ସନ୍ତୋଷ ମିଶ୍ରଙ୍କ ସମେତ ନିଗମ ଓ ସାଧାରଣ ଉଦ୍ୟୋଗ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri