୨୪ ଘଣ୍ଟା ଖୋଲା ରହିବ ନିରାମୟ କେନ୍ଦ୍ର

ଭୁବନେଶ୍ୱର,୨୧ା୧୧(ଅନିଲ ଦାସ): ସରକାରୀ ହସ୍ପିଟାଲଗୁଡ଼ିକରେ ଥିବା ‘ନିରାମୟ’ କେନ୍ଦ୍ରଗୁଡ଼ିକ ୨୪ ଘଣ୍ଟା ଖୋଲା ରହିବ। ଗୃହନିର୍ମାଣ ଓ ନଗର ଉନ୍ନୟନ ଏବଂ ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବୁଧବାର ପୂର୍ବାହ୍ନରେ ଖାରବେଳ ଭବନରେ ଓଡ଼ିଶା ରାଜ୍ୟ ଔଷଧ ନିଗମର ସମୀକ୍ଷା ବେଳେ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଠିକ୍‌ ସମୟରେ ଔଷଧ କ୍ରୟ ଓ ବିତରଣକୁ ତ୍ୱରାନ୍ବିତ କରି ସାଧାରଣ ରୋଗୀଙ୍କ ପାଖରେ ଆବଶ୍ୟକତା ଅନୁସାରେ ଔଷଧ ପହଞ୍ଚାଇବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଆଗାମୀ ଦିନରେ ଆବଶ୍ୟକସଂଖ୍ୟକ କର୍ମଚାରୀ ନିୟୋଜିତ କରି ନିଗମର କାର୍ଯ୍ୟଧାରାକୁ ଆହୁରି ପରିପୁଷ୍ଟ କରିବାକୁ ମନ୍ତ୍ରୀ କହିଛନ୍ତି। ବାରିପଦାରେ ସ୍ଥାପିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌) ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ବୟଂସମ୍ପୂର୍ଣ୍ଣ କରିବା ନିମନ୍ତେ ପଦକ୍ଷେପ ନେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କଲେଜକୁ ସମସ୍ତ ଆବଶ୍ୟକ ଚିକିତ୍ସା ଉପକରଣ, ଶଯ୍ୟା ତଥା ଆନୁଷଙ୍ଗିକ ସୁବିଧାସୁଯୋଗ ଉପଲବ୍ଧ କରାଇବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଜିଲା ଚିକିତ୍ସାଳୟଠାରୁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ତଥା ରାଜ୍ୟରେ ଥିବା ସମସ୍ତ ସରକାରୀ ମେଡ଼ିକାଲ କଲେଜଗୁଡ଼ିକ ନିମନ୍ତେ ଔଷଧ ସାମଗ୍ରୀ ଏବଂ ଡାକ୍ତରୀ ଯନ୍ତ୍ରପାତି କ୍ରୟ ତଥା ବିତରଣ ବ୍ୟବସ୍ଥା ନେଇ ନିଗମର ପରିଚାଳନା ନିର୍ଦ୍ଦେଶିକା ପୁମା ଟୁଡ଼ୁ ତଥ୍ୟ ଉପସ୍ଥାପନ କରିଥିଲେ। ସମସ୍ତ ସରକାରୀ ଚିକିତ୍ସାଳୟରେ ରୋଗୀମାନଙ୍କ ପାଇଁ ଔଷଧ ପହଞ୍ଚାଇବା କାର୍ଯ୍ୟ ନିଗମ ଜାରି ରଖିଛି। ରାଜ୍ୟ ସରକାରଙ୍କ ଖୁସି, ସମ୍ପୂର୍ଣ୍ଣା ଏବଂ ଔଷଧଯୁକ୍ତ ମଶାରି ବଣ୍ଟନ ପରି ଯୋଜନାର ସଫଳ ରୂପାୟନ ଦିଗରେ ନିଗମ କାର୍ଯ୍ୟ କରୁଛି ବୋଲି ସେ କହିଛନ୍ତି। ସମୀକ୍ଷା ବୈଠକରେ ସାଧାରଣ ଉଦ୍ୟୋଗ ବିଭାଗର ଶାସନ ସଚିବ ଟି. ଆଓ, ସ୍ବତନ୍ତ୍ର ଶାସନ ସଚିବ ନୀହାର ରଞ୍ଜନ ଦାଶ, ଡିଏମ୍‌ଇଟି ପ୍ରଫେସର ସନ୍ତୋଷ ମିଶ୍ରଙ୍କ ସମେତ ନିଗମ ଓ ସାଧାରଣ ଉଦ୍ୟୋଗ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?