ଆଜିଠୁ ଖୋଲିବ ମେଡିକାଲ କଲେଜ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟ ସରକାର ଡିସେମ୍ବର ମାସ ପାଇଁ କୋଭିଡ୍‌-୧୯ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏ ନେଇ ସୋମବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଡିସେମ୍ବର ପହିଲାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିବ। ତେବେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଏସ୍‌ଓପି/ଗାଇଡ୍‌ଲାଇନ୍‌କୁ ମେଡିକାଲ କଲେଜ କର୍ତ୍ତୃପକ୍ଷ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ସଂସ୍ଥା ଓ ବିଶେଷଜ୍ଞଙ୍କ ସହ ଆଲୋଚନା କରି ସ୍କୁଲ ଓ ଗଣଶିକ୍ଷା ବିଭାଗ ୯ମରୁ ଯୁକ୍ତ ୨ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେବ। ସେହିପରି କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଉଚ୍ଚ ଶିକ୍ଷା ବିଭାଗ ଏବଂ ଇଞ୍ଜିନିୟରିଂ ଓ ବୈଷୟିକ ବିଶ୍ୱବିଦ୍ୟାଳୟଗୁଡ଼ିକ ଖୋଲିବା ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ନିଷ୍ପତ୍ତି ନେବ। ତେବେ ଏ ନେଇ ସମ୍ପୃକ୍ତ ବିଭାଗ ଏସ୍‌ଓପି ଜାରି କରିବେ। ଡିସେମ୍ବର ୩୧ ତାରିଖ ଯାଏ ମେଡିକାଲ କଲେଜ ବ୍ୟତୀତ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ସମ୍ପୃକ୍ତ ବିଭାଗ ଏ ନେଇ ନିଷ୍ପତ୍ତି ନେଇପାରିବେ। ପରୀକ୍ଷା ପରିଚାଳନା, ଖାତା ମୂଲ୍ୟାୟନ, ଅନ୍‌ଲାଇନ ଶିକ୍ଷା ପୂର୍ବଭଳି ଜାରି ରହିବ। ବିଭାଗଗୁଡ଼ିକ ଅନ୍‌ଲାଇନ ଶିକ୍ଷା, ଟେଲି କାଉନସେଲିଂ ପାଇଁ ଶିକ୍ଷକ ଓ ଅଣଶିକ୍ଷକମାନଙ୍କୁ ନିୟୋଜିତ କରିପାରିବେ। ଗବେଷଣାରତ ଏବଂ ପୋଷ୍ଟ ଗ୍ରାଜୁଏଟ ଛାତ୍ରୀଛାତ୍ରଙ୍କ ପାଇଁ ଉଚ୍ଚ ଶିକ୍ଷା ବିଭାଗ ଖୋଲା ରହିବ। ସମସ୍ତ ପ୍ରକାର ଦକ୍ଷତା ଓ ଧନ୍ଦାମୂଳକ ପ୍ରଶିକ୍ଷଣ ଜାରି ରହିବ। ସ୍ଥାନୀୟ କର୍ତ୍ତୃପକ୍ଷ ଧାର୍ମିକ ସ୍ଥଳରେ ଉପଯୁକ୍ତ କଟକଣା ସହ ପୂଜା ପାଇଁ ଅନୁମତି ଦେଇପାରିବେ। ସିନେମା ହଲ୍‌, ସୁଇମିଂ ପୁଲ୍‌, ଥିଏଟର, ଅଡିଟୋରିୟମ, ଆସେମ୍ବ୍ଲି ହଲ୍‌ ଇତ୍ୟାଦି ପୂର୍ବ ଭଳି ଡିସେମ୍ବର ୩୧ ଯାଏ ବନ୍ଦ ରହିବ।
ସ୍ବରାଷ୍ଟ୍ର ବିଭାଗ ଦ୍ୱାରା ଅନୁମୋଦିତ ଅନ୍ତର୍ଜାତୀୟ ବିମାନ ସେବା ବ୍ୟତୀତ ଅନ୍ୟ ସମସ୍ତ ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ସେବା ଡିସେମ୍ବର ୩୧ ଯାଏ ବନ୍ଦ ରହିବ। ବୃହତ୍‌ ସାମାଜିକ , ରାଜନୈତିକ, କ୍ରୀଡ଼ା, ଆମୋଦପ୍ରମୋଦ, ସାଂସ୍କୃତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ବଳବତ୍ତର ରହିବ। ବ୍ୟବସାୟିକ ମେଳା ହଲ୍‌ କ୍ଷମତାର ୫୦ ପ୍ରତିଶତ ଅଥବା ୧୦୦ ଜଣଙ୍କୁ ନେଇ କରାଯାଇପାରିବ। ତୋଷାଳି କ୍ରାଫ୍ଟ ମେଳା, ଶିଶିର ସରସ ଭଳି ବାଣିଜି୍ୟକ ମେଳା ଉପରେ କଟକଣା ଜାରି କରାଯାଇଛି। ତେବେ କୋଭିଡ୍‌ ଗାଇଡଲାଇନକୁ କଡ଼ାକଡ଼ି ଭାବେ ଅନୁସରଣ କରିବାକୁ ହେବ। ବିବାହ ଉତ୍ସବ ପାଇଁ ୨୦୦ ଏବଂ ଶୁଦ୍ଧିକ୍ରିୟା ପାଇଁ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ଦିଆଯାଇଛି। ଯଦି ବନ୍ଦ ହଲ୍‌ରେ କରାଯାଉଥିବ ତେବେ ସର୍ବାଧିକ କ୍ଷମତାର ୫୦ ପ୍ରତିଶତ ମଧ୍ୟରେ ସୀମିତ କରିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା, ଥର୍ମାଲ ସ୍କ୍ରିିନିଂ, ହାତଧୋଇବା ସାନିଟାଇଜର ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି।
କୋଭିଡ-୧୯ ସଂକ୍ରମିତ ଅଞ୍ଚଳରେ ଲକ୍‌ଡାଉନ ଜାରି ରହିବ। ଜିଲା ପ୍ରଶାସନ, ମହାନଗର ନିଗମ କମିଶନର ସଂକ୍ରମିତ ଅଞ୍ଚଳକୁ ଚିହ୍ନଟ କରିବେ। ସଂକ୍ରମିତ ଅଞ୍ଚଳରେ ଅତ୍ୟାବଶ୍ୟକ କାର୍ଯ୍ୟକଳାପ ଜାରି ରହିବ। ଗାଇଡଲାଇନ ଆଧାରରେ କୋଭିଡ ଟେଷ୍ଟ ଜାରି ରହିବ। କୋଭିଡ ସଚେତନତା ଜାରି ରହିବ।
କୌଣସି ଅଧିକାରୀ ଜିଲା, ସବ୍‌ଡିଭିଜନ, ସହର କିମ୍ବା ଅନ୍ୟ କୌଣସି ସ୍ଥାନକୁ ଲକ୍‌ଡାଉନ ଘୋଷଣା କରିପାରିବେ ନାହିଁ। ଆବଶ୍ୟକ ହେଲେ ସମ୍ପୃକ୍ତ ଅଧିକାରୀ ସ୍ବତନ୍ତ୍ର ରିଲିଫ କମିଶନରଙ୍କୁ ଅବଗତ କରାଇବେ।
ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟଗୁଡ଼ିକ ୨୦୨୦ ଜୁନ୍‌ ୩୦ରେ ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଗାଇଡ୍‌ଲାଇନ୍‌କୁ ଅନୁସରଣ କରିବାକୁ କୁହାଯାଇଛି। ରାଜ୍ୟ ଭିତରେ କିମ୍ବା ଅନ୍ୟ ରାଜ୍ୟକୁ ଯାନବାହନ ଚଳାଚଳ ଉପରେ କୌଣସି କଟକଣା ରହିବ ନାହିଁ।
ଡିସେମ୍ବର ୩୧ ଯାଏ ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ପିଲାମାନଙ୍କୁ ଘରେ ରାଶନ ଯୋଗାଇ ଦିଆଯିବା ନେଇ ଗାଇଡଲାଇନରେ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri