୭ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ମେଡିକାଲ ଅଧିକାରୀ

ଫୁଲବାଣୀ ଅଫିସ,୩୧।୩: କନ୍ଧମାଳ ଜିଲା ଫିରିଙ୍ଗିଆ ମେଡିକାଲର ଜନସ୍ବାସ୍ଥ୍ୟ ଅଧିକାରୀ ଡା. ନିଶିତ ନିଶାନ୍ତ ମାଲୁ ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମେଡିକାଲରେ କାର୍ଯ୍ୟରତ ପୁରୁଷ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ବେଣୁପାଣି ଦିଗାଲଙ୍କ ବକେୟା ପ୍ରାପ୍ୟ ଅନୁମୋଦନ କରିବାକୁ ସେ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହୋଇଛନ୍ତି। ଏ ନେଇ ଭିଜିଲାନ୍ସ ପକ୍ଷରୁ ନଂ.୭/୨୧ରେ ମାମଲା ରୁଜୁ ହୋଇଛି। ଜାମିନ୍‌ ନାମଞ୍ଜୁର ହେବାରୁ ଡା.ମାଲୁଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।
ପୁରୁଷ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ବେଣୁପାଣିଙ୍କର ଟିଏ ଏବଂ ଆର୍‌ସିଏମ୍‌ ବାବଦରେ ୪୧ ହଜାର ଟଙ୍କା ବକେୟା ପ୍ରାପ୍ୟ ପାଇବାକୁ ଥିଲା। ଏହି ଟଙ୍କା ପାଇଁ ଫାଇଲରେ ଦସ୍ତଖତ କରିବା ନିମନ୍ତେ ସେ ଡା.ମାଲୁଙ୍କୁ ନିବେଦନ କରିଥିଲେ। ହେଲେ ଗତ ୧୦ ତାରିଖରେ ଡା.ମାଲୁ ଏନେଇ ୭ ହଜାର ଟଙ୍କା ଦାବି କରିଥିଲେ। ଟଙ୍କା ନ ଥିବା ବେଣୁପାଣି କହିଥିଲେ। ଡା.ମାଲୁ ୩୧ ତାରିଖରେ ଟଙ୍କା ଦେବାକୁ କହିଥିଲେ। ଏ ନେଇ ବେଣୁପାଣି ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ମୁତାବକ ଡା.ମାଲୁଙ୍କୁ ତାଙ୍କ କ୍ୱାର୍ଟର୍ସରେ ବେଣୁପାଣି ଟଙ୍କା ଦେଇଥିଲେ। ଏହି ସମୟରେ ପ୍ରସ୍ତୁତ ଥିବା ଭିଜିଲାନ୍ସ ଡିଏସ୍‌ପି ଅରୁଣ ନାୟକଙ୍କ ନେତୃତ୍ୱରେ କର୍ମଚାରୀମାନେ ପହଞ୍ଚି ତାଙ୍କୁ ଧରିବା ସହ କେମିକାଲ ବୋଳା ଟଙ୍କା ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସୁଜାତା ସାମିଲ ହେବା ପରେ ଶଙ୍ଖ ଭବନରୁ ଆସିଲା ବଡ଼ ଖବର: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୬: ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…

ବିଜେଡିରେ ମିଶିବା ପରେ ସୁଜାତାଙ୍କର ଆସିଲା ପ୍ରଥମ ବୟାନ: କହିଦେଲେ ଏତେ ବଡ଼ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର, ୨୫।୬: ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସେ…

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା…

ଏଲନ ମସ୍କଙ୍କୁ ଶକ୍ତ ଝଟକା: ହାତରୁ ଗଲା…

ନ୍ୟୁୟର୍କ,୨୫।୬: ଦୁନିଆର ପ୍ରଥମ ଟ୍ରିଲିୟନେୟାର (Trillionaire) ଭାବେ ଏଲନ ମସ୍କଙ୍କ ସଂକ୍ଷିପ୍ତ ସମୟ ଶେଷ ହୋଇଯାଇଛି। ସ୍ପେସଏକ୍ସ (SpaceX – SPCX) ଏବଂ ଟେସଲା (Tesla –…

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ…

ପିଲାଙ୍କୁ ମିଳିବ ସ୍କୁଲ ବ୍ୟାଗ୍‌, ଏହି ଶ୍ରେଣୀରୁ…

ଭୁବନେଶ୍ୱର,୨୫ା୬: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍‌। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍‌ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri