ଘର ଦୁଆରକୁ ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି ଡାକ୍ତରୀ ଟିମ୍‌: ସହଯୋଗ କରିବାକୁ କହିଲେ ସ୍ବତନ୍ତ୍ର ଏଡିଏମ୍‌

ଛତ୍ରପୁର, ୧୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସହରାଞ୍ଚଳରେ ଘର ଦୁଆରେ ଡାକ୍ତରୀ ଟିମ୍‌ ତଥା ରାପିଡ୍‌ ରେସ୍‌ପନ୍ସ ଟିମ୍‌ ପହଞ୍ଚି ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି। ଏହି ମେଗା ସ୍ବାସ୍ଥ୍ୟ ସ୍କ୍ରିନିଂରେ ଉକ୍ତ ଟିମ୍‌କୁ ସହଯୋଗ କରିବା ସହ ଲକ୍ଷଣଗୁଡିକୁ ନ ଲୁଚାଇବାକୁ ଆଇଏଏସ୍‌ ତଥା ଛତ୍ରପୁର ସବ୍‌ଡିଭିଜନର ସ୍ବତନ୍ତ୍ର ଏଡିଏମ ପାରୁଲ ପଟଉଆରି ଟୁଇଟ୍‌ କରି କହିଛନ୍ତି। ଏହି ରାପିଡ୍‌ ରେସ୍‌ପନ୍ସ ଟିମ୍‌ରେ ଡାକ୍ତର, ସ୍ବାସ୍ଥ୍ୟ କର୍ମୀ, ଅଙ୍ଗନବାଡି କର୍ମୀ ଓ ହେଲ୍‌ପର ରହିଛନ୍ତି। ଛତ୍ରପୁର ଏନ୍‌ଏସିରେ ୫ଟି ଡାକ୍ତରୀ ଟିମ୍‌ ଏହି କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଗଞ୍ଜାମ ଓ ରମ୍ଭା ଏନ୍‌ଏସିର ରେଡ୍‌ ଜୋନ୍‌ ୱାର୍ଡ ମାନଙ୍କରେ ଶନିବାର ସାନିଟାଇଜ କରାଯାଇଛି। ଏଥିସହ ମହିଳା ସଂଘ ପକ୍ଷରୁ କୋଭିଡ୍‌ ସଚେତନତା ଓ ପୋଖରୀରେ ନ ଗାଧୋଇବାକୁ କୁହାଯାଉଥିବା ସ୍ବତନ୍ତ୍ର ଏଡିଏମ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri