ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ସ୍ଥଗିତ

ପୁରୀ,୧।୮(ଅଜିତ ମହାନ୍ତି):ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ସ୍ଥଗିତ ହୋଇଥିବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ପୂବାହ୍ନ ୧୧ଟା ସମୟରେ ବଡ଼ଦାଣ୍ଡସ୍ଥିତ ନୀଳାଦ୍ରି ଭକ୍ତନିବାସ ପରିସରରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବାର ଥିଲା। କିନ୍ତୁ ହଠାତ୍‌ ବୈଠକସ୍ଥଗିତ ହେବାର କୌଣିସ ନିର୍ଦ୍ଦିଷ୍ଟ କାରଣ ସମ୍ପର୍କରେ ସୂଚନା ମିଳିପାରି ନାହିଁ। ଅନୁଷ୍ଠିତ ହେବାକୁ ଥିବା ପରିଚାଳନା ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଥିଲା। ହେଲେ ଅଚାନକ ବୈଠକକୁ ବାତିଲ ହେବାକୁ ନେଇ ବିଭିନ୍ନ ମହଲରେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବୈଠକରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରାର ସମୀକ୍ଷା, ଯାତ୍ରା ସମୟରେ ଦେଖାଦେଇଥିବା ବିଶୃଙ୍ଖଳା ଆଦି ସୁଧାରିବା ନେଇ ଆଲୋଚନା, ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ଆଲୋଚନା, ବନକଲାଗି ନେଇ ଚାଲିଥିବା ଦ୍ୱନ୍ଦ୍ୱ, ସେବାୟତ ପିଲାଙ୍କ ପାଇଁ ଗୁରୁକୁଳ, ବାସଗୃହ ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଆଲୋଚନା କରାଯିବ ବୋଲି ଅନୁମାନ କରାଯାଇଥିଲା। ସେହିପରି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅନୁଷ୍ଠିତ ହେବାକୁ ଥିବା ପରିଚାଳନା ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ଏଜେଣ୍ଡା ରଖିବା ପାଇଁ ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜଙ୍କୁ ଚିଠି ଲେଖିଥିଲେ। ତେଣୁ ରତ୍ନଭଣ୍ଡାର ସମ୍ପର୍କରେ ଆଲୋଚନା କରାଯିବାର ଆଶା କରାଯାଉଥିଲା। ମାତ୍ର ବୈଠକ ସ୍ଥଗିତ କରାଯିବା ସହ ପରବର୍ତ୍ତୀ ବୈଠକ କେବେ ହେବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ପ୍ରାକ୍‌ ସୂଚନା ଦିଆଯାଇନାହିଁ। ସେହିପରି ପୂର୍ବରୁ ମଧ୍ୟ ଗତ ୨୭ ତାରିଖରେ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଥିଲା, କିନ୍ତୁ କିଛି କାରଣ ପାଇଁ ଘୁଞ୍ଚାଯାଇ ଅଗଷ୍ଟ ୧ ମଙ୍ଗଳବାର ବୈଠକ ହେବ ବୋଲି ସୂଚନା ଦିଆଯାଇଥିଲା। ତେବେ ବୈଠକ ସ୍ଥଗିତ ନେଇ ନାନା ଆଲୋଚନା ହେଉଛି। ଏ ନେଇ ଶ୍ରୀମନ୍ଦିର ଲୋକ ସମ୍ପର୍କ ବିଭାଗର ଅଧିକାରୀ କହିଛନ୍ତି, ମଙ୍ଗଳବାର ଅଗଷ୍ଟ ୧ରେ ହେବାକୁ ଥିବା ପରିଚାଳନା ବୈଠକ ସ୍ଥଗିତ ନେଇ ସମ୍ପୂର୍ଣ୍ଣ ଭାବେ ସୂଚନା ନାହିଁ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅସୁସ୍ଥ ଅଛନ୍ତି। ଅପରପକ୍ଷେ ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜ ବାହାରେ ଅଛନ୍ତି। କାଲି ଆସିବାର ଅଛି। ଯଦି ଗଜପତି ମହାରାଜ ଆସନ୍ତି ତା’ହେଲେ ବୈଠକ ହେବ, ନ ଆସିଲେ ସ୍ଥଗିତ ରଖାଯିବ ବୋଲି ସୂଚନା ଦେଇଥିଲେ। ତେବେ ବିଶେଷ ସୂତ୍ରରୁ ଖବର ଅନୁଯାୟୀ କିଛି ଅସୁବିଧା କାରଣରୁ ପରିଚାଳନା କମିଟି ବୈଠକ ସ୍ଥଗିତ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?