କେନ୍ଦ୍ରାପଡ଼ାରେ ମିତ୍ତଲ କରିବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ାଠାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ପକ୍ଷରୁ ୧ ଲକ୍ଷ ୨ ହଜାର ୨୭୫ କୋଟି ଟଙ୍କାର ପୁଞ୍ଜି ବିନିଯୋଗରେ ଏକ ବୃହତ୍‌ ଷ୍ଟିଲ୍‌ପ୍ଲାଣ୍ଟ ସ୍ଥାପନ ହେବ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (ଏଚ୍‌ଏଲ୍‌ସିଏ) ବୈଠକରେ ଏହି ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ମିତ୍ତଲ ଦ୍ୱାରା ପ୍ରସ୍ତାବିତ ଏହି ଷ୍ଟିଲ୍‌ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେଲେ ରାଜ୍ୟର ପ୍ରାୟ ୧୬ ହଜାର ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଏହି ଷ୍ଟଲ୍‌ ପ୍ଲାଣ୍ଟ ଦେଶର ମାନୁଫାକ୍ଚରିଂ କ୍ଷେତ୍ରର ସର୍ବବୃହତ୍‌ ପ୍ରକଳ୍ପ ହେବ। ଏଥିରେ ବାର୍ଷିକ ୨୪ ନିୟୁତ ଟନ ବିଭିନ୍ନ ଗ୍ରେଡ୍‌ର ଇସ୍ପାତ ଉତ୍ପାଦନ ହେବ। ଏଥିସହିତ ଏହି ପ୍ରକଳ୍ପରୁ ମୂଲ୍ୟଯୁକ୍ତ ଡାଉନଷ୍ଟ୍ରିମ୍‌ ଇସ୍ପାତ ମଧ୍ୟ ଉତ୍ପାଦନ ହେବ। ସେହିପରି ଏହି ପ୍ରକଳ୍ପ ଅଧୀନରେ ନିର୍ମାଣ ହେବାକୁ ଥିବା ସିମେଣ୍ଟ କାରଖାନାରୁ ବାର୍ଷିକ ୧୮.୭୫ ମେଟ୍ରିକ ଟନ୍‌ର ସିମେଣ୍ଟ ଉତ୍ପାଦନ ହେବ। ଏହା ଦେଶର ସର୍ବବୃହତ୍‌ ସିମେଣ୍ଟ ଉତ୍ପାଦନ ପ୍ଲାଣ୍ଟରେ ପରିଣତ ହେବ। ଏହା ଦ୍ୱାରା ସମ୍ପୃକ୍ତ ଅଞ୍ଚଳର ମାନୁଫାକ୍ଚରିଂ କ୍ଷେତ୍ରର ବିକାଶରେ ସହାୟକ ହେବ। ଏହି ମେଗା ଷ୍ଟିଲ୍‌ ପ୍ଲାଣ୍ଟ ସ୍ଥାପନ ହେବା ଦ୍ୱାରା କେନ୍ଦ୍ରାପଡ଼ା ଜିଲାର ସାମଗ୍ରିକ ଭାବେ ବିକାଶ ହେବାସହ ଓଡ଼ିଶାକୁ ବିଶ୍ୱ ଇସ୍ପାତ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଦେବ ବୋଲି କମ୍ପାନୀ ପକ୍ଷରୁ ଆଶା କରାଯାଇଛି। ଏହି ପ୍ରକଳ୍ପରେ ବହୁ ଅନ୍ତର୍ଜାତୀୟ କମ୍ପାନୀ ମଧ୍ୟ ନିଜର ମାନୁଫାକ୍ଚରିଂ ୟୁନିଟ୍‌ ସ୍ଥାପନ କରିବେ, ଯଦ୍ଦ୍ବାରା ରାଜ୍ୟରେ ନିଯୁକ୍ତି ସୁଯୋଗ ଆହୁରି ଅଧିକ ବ୍ୟାପକ ହେବ।
ପର୍ଯ୍ୟାୟ କ୍ରମେ ଆସନ୍ତା ୭ ବର୍ଷ ମଧ୍ୟରେ ଏହି ବୃହତ୍‌ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ ହେବା ନେଇ ଲକ୍ଷ୍ୟ ରଖାଯାଇଛି। ପ୍ରକଳ୍ପ ପାଇଁ ଆବଶ୍ୟକ ଆନୁଷଙ୍ଗିକ ଭିତ୍ତିଭୂମି, ଶକ୍ତି ଓ ଜଳ ଯୋଗାଣ ଏବଂ ଅନ୍ୟାନ୍ୟ କ୍ଲିୟରାନ୍ସ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସମୟରେ ସମ୍ପନ୍ନ ହେବ। ଏ ସମସ୍ତ କାର୍ଯ୍ୟ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ତଦାରଖ କରିବ। ଏହି ପୁଞ୍ଜିନିବେଶକୁ ମିଶାଇ ଗତ ୧୨ ମାସ ମଧ୍ୟରେ ରାଜ୍ୟ ସରକାର ୨.୭ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶକୁ ମଞ୍ଜୁରୀ ଦେଇଛନ୍ତି। ଏହି ପ୍ରକଳ୍ପଗୁଡ଼ିକରେ ରାଜ୍ୟର ପ୍ରାୟ ୧.୬ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି। ଓଡ଼ିଶା ଏବେ ଦେଶର ବୃହତ୍‌ ଇସ୍ପାତ ଉତ୍ପାଦନକାରୀ ରାଜ୍ୟରେ ପରିଣିତ ହୋଇଥିବା ବେଳେ ମେଗା ଷ୍ଟିଲ୍‌ପ୍ଲାଣ୍ଟ କାର୍ଯ୍ୟକାରୀ ହେବା ପରେ ୨୦୩୦ ସୁଦ୍ଧା ଇସ୍ପାତ ଉତ୍ପାଦନ କ୍ଷମତା ୧୦୦ ନିୟୁତ ଟନ୍‌କୁ ଟପିବ।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri