ମେଗା ପାଣି ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ: ଉପକୃତ ହେବେ ୧୯ ପଞ୍ଚାୟତର ଲୋକ

ବାଲେଶ୍ୱର ଅଫିସ,୧୩।୮- ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳର କୋଷ୍ଟାଲ କେନାଲର ଦକ୍ଷିଣରେ ଥିବା ଗ୍ରାମଗୁଡ଼ିକରେ ଭୂତଳ ଜଳ ଲବଣାକ୍ତ ହୋଇଯାଇଛି। ଏହି ଅଞ୍ଚଳବାସୀ ପିଇବା ପାଣି ପାଇବା ପାଇଁ ଅସୁବିଧାର ସମ୍ମୁଖୀନ ହୋଇଆସୁଛନ୍ତି। ଏଥିପାଇଁ ସୁବର୍ଣ୍ଣରେଖା ନଦୀରୁ ପାଣି ଉତ୍ତୋଳନ ପରେ ତାକୁ ବିଶୋଧନ କରାଯାଇ ପାଇପ୍‌ ଯୋଗେ ଜଳ ଯୋଗାଣ ପ୍ରକଳ୍ପ ଲାଗି ରାଜ୍ୟସରକାରଙ୍କୁ ପ୍ରେରଣ କରାଯାଇଥିଲା। ଏନେଇ ରାଜ୍ୟସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପ୍ରସ୍ତୁତ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଅନୁମୋଦନ କରାଯାଇଥିବା ଭୋଗରାଇ ବିଧାୟକ ତଥା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଅନନ୍ତ ଦାସ ବୁଧବାର ସନ୍ଧ୍ୟାରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ଭୋଗରାଇ ଅଞ୍ଚଳରେ ଥିବା କୋଷ୍ଟ କେନାଲ ଦକ୍ଷିଣପାର୍ଶ୍ୱରେ ଥିବା ୧୯ଟି ଅନଳିଆ, ବାଜିତପୁର, ସାହାବାଜିପୁର, ବାରବାଟିଆ, ଦେଉଳା, ଜି ତେଘରି, ଗୋପୀନାଥପୁର, ଗୁନେଇବସାଣ, ହୁଗୁଳି, ଜଗନ୍ନାଥପୁର, କେଏନ୍‌ପାଟନା, କାନ୍ଥିଭଉଁରୀ, ମନ୍ଦାରସାହି, ଏନ୍‌ଏମ୍‌ପଡ଼ିଆ, ନିମାତପୁର, ପସାରବିନ୍ଧା, ଶଙ୍ଖାରି, ଶ୍ରଦ୍ଧାପୁର, ଟି ହାଜିରା ପଞ୍ଚାୟତରେ ଥିବା ୧୨୩ଟି ଗ୍ରାମର ୧ଲକ୍ଷ ୨୪ହଜାର ୩୧୨ଜଣ ଲୋକ ଏହି ପ୍ରକଳ୍ପ ଦ୍ୱାରା ଉପକୃତ ହେବେ। ଏହି ପ୍ରକଳ୍ପ ଲାଗି ୧୫୮କୋଟି ଟଙ୍କାର ଅଟ୍ଟକଳ ରଖାଯାଇଛି। ପ୍ରକଳ୍ପ ଅନୁମୋଦନ ପରେ ଟେଣ୍ଡର କାର୍ଯ୍ୟ ମଧ୍ୟ ଶେଷ ହୋଇଛି। ୨ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ। ଖବରଦାତା ସମ୍ମିଳନୀରେ ପୂର୍ବତନ ବ୍ରିଟ୍‌ ଅଧ୍ୟକ୍ଷ ଗୌରୀ ରାଉତ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ସୁରେଶ କୁମାର ରାଉତ, ବିଜେଡି ଏସ୍‌ସି ସେଲ୍‌ ଜିଲାସଭାପତି ଶତ୍ରୁଘ୍ନ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?