ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ସ୍ମୃତି ଏବେବି ମନରେ ରହିଛି ସତେଜ: ଆମେରିକା

ଓ୍ବାଶିଂଟନ୍‌,୭।୨: ୨୦୦୮ରେ ମୁମ୍ବାଇରେ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ନିର୍ଦ୍ଦୟ ଆକ୍ରମଣର ସ୍ମୃତି ଉଭୟ ଭାରତ ଏବଂ ଆମେରିକାର ମନରେ ଏବେ ବି ସତେଜ ରହିଛି ବୋଲି ବାଇଡେନ ପ୍ରଶାସନ ପକ୍ଷରୁ କୁହାଯାଇଛି।
ଆମେରିକା ସ୍ବରାଷ୍ଟ୍ର ବିଭାଗର ମୁଖପାତ୍ର ନେଡ ପ୍ରାଇସ କହିଛନ୍ତି, ମୁମ୍ବାଇରେ ୨୦୦୮ ଆତଙ୍କବାଦୀ ଆକ୍ରମଣର ସ୍ମୃତି ଏବେ ବି ସତେଜ ରହିଛି। ଆମେ ସମସ୍ତେ ସେହି ଦିନର ଭୟଙ୍କର ଚିତ୍ର, ହୋଟେଲ ଉପରେ ଆକ୍ରମଣ, ରକ୍ତପାତକୁ ମନେ ରଖିଛୁ ଏବଂ ସେଥିପାଇଁ ଆମେ ଏହାର ଅପରାଧୀଙ୍କ ପାଇଁ କାର୍ଯ୍ୟାନୁଷ୍ଠାନ ପାଇଁ ସର୍ବଦା ଅପିଲ୍‌ କରିଆସିଛୁ। କେବଳ ବ୍ୟକ୍ତିଗତ ଆତଙ୍କବାଦୀଙ୍କୁ ନୁହେଁ, ଯେଉଁମାନେ ସେହି ଦିନ ଏତେ ସଂଖ୍ୟକ ନିରୀହ ଲୋକଙ୍କୁ ହତ୍ୟା କରିଥିଲେ, ବରଂ ଏହା ପଛରେ ଥିବା ଆତଙ୍କବାଦୀ ଗୋଷ୍ଠୀକୁ ମଧ୍ୟ ଖେଶଜି ବାହାର କରିବାକୁ ଆମେ ସମର୍ଥନ କରୁ।
ଦେଶର ଇତିହାସରେ ସବୁଠାରୁ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ମଧ୍ୟରୁ ଅନ୍ୟତମ ମୁମ୍ବାଇ ଆକ୍ରମଣରେ ୧୬୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦୦ରୁ ଅଧିକ ଆହତ ହୋଇଥିଲେ। ନଭେମ୍ବର ୨୬, ୨୦୦୮ରେ ପାକିସ୍ତାନର ୧୦ ଜଣ ସଶସ୍ତ୍ର ଆତଙ୍କବାଦୀ ମୁମ୍ବାଇରେ ଏହି ଆକ୍ରମଣ କରିଥିଲେ। ଭାରତୀୟ ସୁରକ୍ଷା ବାହିନୀ ଦ୍ୱାରା ନଅ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଥିଲେ। ଅଜମଲ କସବ ହିଁ ଏକମାତ୍ର ଆତଙ୍କବାଦୀ ଯିଏ ଜୀବନ୍ତ ଧରାପଡିଥିଲେ। ଚାରି ବର୍ଷ ପରେ ତାଙ୍କୁ ୨୧ନଭେମ୍ବର ୨୦୧୨ରେ ଫାଶୀ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri