ନୂଆବର୍ଷରୁ ଅନୁଗୋଳରୁ ଗଡ଼ିବ ମେମୁ ଟ୍ରେନ୍‌

ଅନୁଗୋଳ ଅଫିସ, ୧୮।୧୨ ତାଳଚେର ଷ୍ଟେଶନରୁ ଛାଡ଼ୁଥିବା ଅନୁଗୋଳ-ପୁରୀ ମେମୁ ଟ୍ରେନ୍‌ ଅନୁଗୋଳ ଠାରୁ ଚଳାଚଳ କରିବା, ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ୍‌ ସହିତ ସମସ୍ତ ଯାତ୍ରୀବାହୀ ଟ୍ରେନ୍‌ ସ୍ବାଭାବିକ ଚଳାଚଳ କରାଇବା ଆଦି ଦାବିରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଅନୁଗୋଳ ଜିଲା କମିଟି ପକ୍ଷରୁ ଶୁକ୍ରବାର ଅନୁଗୋଳ ରେଳ ଷ୍ଟେଶନଠାରେ ଅର୍ଥନୈତିକ ଅବରୋଧ ଆନ୍ଦୋଳନ କରାଯାଇଥିଲା। ଖବରପାଇ କର୍ତ୍ତୃପକ୍ଷ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରି ଆସନ୍ତା ଜାନୁୟାରୀ ୧ ତାରିଖରୁ ମେମୁ ଟ୍ରେନ୍‌ ଅନୁଗୋଳ ଷ୍ଟେଶନରୁ ପୁରୀ ଅଭିମୁଖେ ଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ ଆନ୍ଦୋଳନକାରୀମାନେ ଶିକ୍ଷକପଡାସ୍ଥିତ ଦଳୀୟ କାର୍ଯ୍ୟାଳୟ ଠାରୁ ଶୋଭାଯାତ୍ରାରେ ବାହାରି ଷ୍ଟେଶନରେ ପହଞ୍ଚତ୍ଥିଲେ। ସେଠାରେ ଉପସ୍ଥିତ ସୁରକ୍ଷା ବଳ ଓ ପୋଲିସ ଆନ୍ଦୋଳନକାରୀମାନଙ୍କୁ ଅଟକାଇଥିଲେ। ପରେ ଅତିରିକ୍ତ ଡିଆର୍‌ଏମ୍‌ ପହଞ୍ଚି ଆଲୋଚନା କରିଥିଲେ। ୨୦୨୨ ଜାନୁୟାରୀ ୧ରୁ ମେମୁ ଟ୍ରେନ୍‌ ସପ୍ତାହକୁ ୩ ଦିନ ଦୁଇ ସପ୍ତାହ ଚାଲିବା ପରେ ଦୈନିକ ଅନୁଗୋଳ ଷ୍ଟେଶନରୁ ଚଳାଚଳ କରିବ ବୋଲି ଘୋଷଣା କରିଥିଲେ। ଏଥିସହ ଅନ୍ୟ ଦାବି ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିଲେ। ଏସ୍‌ୟୁସିଆଇ ଜିଲା କମିଟି ସଭ୍ୟ ନବକିଶୋର ପ୍ରଧାନ, ପ୍ରହଲ୍ଲାଦ ଚନ୍ଦ୍ର ସାହୁ, ବ୍ରଜବନ୍ଧୁ ସାହୁ, ସୁବାସ ପ୍ରଧାନ, ତୀର୍ଥବାସୀ ଭୋଇ, ମାନସ ପାଳ, ରଣଜିତ ପ୍ରଧାନ, ମାନସୀ ସ୍ବାଇଁ, ମନ୍ଦୋଦରୀ ରାଉଳ, ସରୋଜିନୀ ନାୟକ, କୈଳାସ ସାହୁ, ଟୁନା ନାଏକ, ପରମାନନ୍ଦ ସାହୁ, ଜିଲା ଜନଜୀବନ ସୁରକ୍ଷା କମିଟି ଅନ୍ୟତମ ଆବାହକ ଅଭିମନ୍ୟୁ ସ୍ବାଇଁ, ରମେଶ ସାହୁ, ଦାମୋଦର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?