ମାନସିକ ବିକାରଗ୍ରସ୍ତ ହେଉଛନ୍ତି ସ୍ବାବଲମ୍ବୀ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ):ସେମାନେ ବାସହୀନ ଓ ମାନସିକ ବିକାରଗ୍ରସ୍ତ। କିନ୍ତୁ ଟିକେ ସାହାଯ୍ୟ ସହାନୁଭୂତି ପାଇଲେ ସ୍ବାବଲମ୍ବୀ ହେବାର ଆଶା ସେମାନଙ୍କ ମନରେ ସୃଷ୍ଟି ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବାସହୀନଙ୍କ ପାଇଁ ଉଦ୍ଦିଷ୍ଟ ଏକାମ୍ର ନୀଳୟରେ ଆରମ୍ଭ ହୋଇଛି ‘ସ୍ବାଭିମାନ କକ୍ଷ’। ବାସହୀନ ତଥା ମାନସିକ ବିକାରଗ୍ରସ୍ତଙ୍କୁ ଭିକ୍ଷାବୃତ୍ତିରୁ ନିବୃତ୍ତ କରିବା ତଥା ସ୍ବାଭିମାନ କରିବା ଉଦ୍ଦେଶ୍ୟରେ ଏହି ଯୋଜନା କରାଯାଇଛି। ରବିବାର ଜନପଥରେ ଆୟୋଜିତ ପଥୋତ୍ସବରେ ‘ସ୍ବାଭିମାନ କକ୍ଷ’ ଷ୍ଟଲ୍‌ରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଫିନାଇଲ୍‌, ପାପୋଛ ସହ ଅନ୍ୟାନ୍ୟ ଜିନିଷର ବେଶ୍‌ ଚାହିଦା ରହିଥିଲା। ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ବିଭିନ୍ନ ଘରୋଇ ଉପକରଣ ପ୍ରସ୍ତୁତି ପାଇଁ ପ୍ରାୟ ୧ମାସ ହେଲା ଏକାମ୍ର ନୀଳୟରେ ତାଲିମ ପ୍ରଦାନ ଆରମ୍ଭ ହୋଇଛି। ଓଡ଼ିଶା ପତିତା ଉଦ୍ଧାର ସମିତି ପକ୍ଷରୁ ଏହି ସମସ୍ତ କାର୍ଯ୍ୟ ପରିଚାଳନା କରାଯାଉଛି।
ଏକାମ୍ର ନୀଳୟରେ ୯୬ ଅନ୍ତେବାସୀ ରହିଥିବାବେଳେ ୧୫ ଜଣ ମାନସିକ ବିକାରଗ୍ରସ୍ତଙ୍କୁ ସ୍ବାବଲମ୍ବୀ କରିବା ପାଇଁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। ସେମାନଙ୍କ ମଧ୍ୟରେ ୯ ମହିଳା ଏବଂ ୬ ଜଣ ପୁରୁଷ ଅଛନ୍ତି। ଫିନାଇଲ୍‌ ବୋତଲ, ଝୋଟ ଓ ନଡ଼ିଆ କତାରୁ ବିଭିନ୍ନ ଘରୋଇ ଉପକରଣ ପ୍ରସ୍ତୁତ କରୁଛନ୍ତି। ବର୍ତ୍ତମାନ ସେମାନଙ୍କୁ ହାତଖର୍ଚ୍ଚ ଦିଆଯାଉଥିବା ଓଡ଼ିଶା ପତିତା ଉଦ୍ଧାର ସମିତିର ସମ୍ପାଦିକା ଆଭାରାଣୀ ଚୌଧୁରୀ କହିଛନ୍ତି। ସେମାନେ ନିଜର ଆଧାର କାର୍ଡ ହଜାଇ ଦେଇଥିବାରୁ ବ୍ୟାଙ୍କରେ ଖାତା ଖୋଲିବା ସମ୍ଭବ ହୋଇ ନ ଥିବା ସେ କହିଛନ୍ତି। ଆଗାମୀ ଦିନରେ କାମ କରୁଥିବା ଲୋକଙ୍କୁ ସେମାନଙ୍କ ପାରିଶ୍ରମିକ ସିଧା ବ୍ୟାଙ୍କଖାତାକୁ ପଠାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri