୪ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଶୀତରୁ ନିସ୍ତାର ନାହିଁ। ଗତ କିଛି ଦିନ ହେବ ସମଗ୍ର ରାଜ୍ୟ ପ୍ରବଳ ଜାଡରେ ଥରୁଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ଏତେ ବଢି ଯାଇଛି ଯେ ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇ ପଡୁଛି। ଥଣ୍ଡାରେ ଦେହ ହାତ କୋଲ ମାରି ନେଇ ଯାଉଛି। ଦିନରେ ମଧ୍ୟ ଶୀତର ପ୍ରକୋପ ଜାରି ରହୁଛି। ସକାଳ ୧୦ଟା ଯାଏ ପଦାକୁ ବାହାରିବା ସମ୍ଭବ ହେଉ ନାହିଁ। ବଣପାହାଡ ଘେରା ଜିଲାଗୁଡିକରେ ଶୀତର ପ୍ରକୋପ ଆହୁରି ବଢ଼ି ଯାଇଛି। ହାଡ଼ଭଙ୍ଗା ଶୀତ ଯୋଗୁ ସା ହେଲେ ଲୋକମାନେ ନିଆଁ ଜାଳି ବସୁଥିବା ଦେଖିବାକୁ ମିଳୁଛି। ରାଜ୍ୟରେ ସର୍ବନିମ୍ନ ପାରଦ ୪ଡିଗ୍ରୀ ସେଲସିୟସକୁ ତଳକୁ ଖସି ଯାଇଛି। ରାଜ୍ୟର ୧୭ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳି୍‌ଥିବା ସୂଚନା ଅନୁଯାୟୀ ବୁଧବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୩.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗୀବାଡି ୪.୫, ସୋନପୁର ୬.୪, ଝାରସୁଗୁଡା ୬, କେନ୍ଦୁଝର ୬.୪, ସମ୍ବଲପୁର ୮.୬, ସୁନ୍ଦରଗଡ ୬, ହୀରାକୁଦ ୮.୪, ତାଳଚେର ୯, ଭବାନୀପାଟଣା ୬.୮, ବଲାଙ୍ଗୀର ୮.୫, କୋରାପୁଟ ୭, ନୟାଗଡ ୯, ବୌଦ୍ଧ ୮, ଚାନ୍ଦବାଲି ୯.୭ ଏବଂ ଅନୁଗୋଳ ଜିଲାରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।
ଆସନ୍ତା ୨ ଦିନ ଯାଏ ଶୀତ ଆହୁରି ଥରେଇବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ସୋନପୁର, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ନୂଆପଡା, ନବରଙ୍ଗପୁର ଜିଲାରେ ପ୍ରବଳ ଶୀତ ଲହରୀ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୪ ତାରିଖରେ ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର ଜିଲାରେ ମଧ୍ୟ ପ୍ରବଳ ଶୀତ ଲହରୀ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri