୪ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଶୀତରୁ ନିସ୍ତାର ନାହିଁ। ଗତ କିଛି ଦିନ ହେବ ସମଗ୍ର ରାଜ୍ୟ ପ୍ରବଳ ଜାଡରେ ଥରୁଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ଏତେ ବଢି ଯାଇଛି ଯେ ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇ ପଡୁଛି। ଥଣ୍ଡାରେ ଦେହ ହାତ କୋଲ ମାରି ନେଇ ଯାଉଛି। ଦିନରେ ମଧ୍ୟ ଶୀତର ପ୍ରକୋପ ଜାରି ରହୁଛି। ସକାଳ ୧୦ଟା ଯାଏ ପଦାକୁ ବାହାରିବା ସମ୍ଭବ ହେଉ ନାହିଁ। ବଣପାହାଡ ଘେରା ଜିଲାଗୁଡିକରେ ଶୀତର ପ୍ରକୋପ ଆହୁରି ବଢ଼ି ଯାଇଛି। ହାଡ଼ଭଙ୍ଗା ଶୀତ ଯୋଗୁ ସା ହେଲେ ଲୋକମାନେ ନିଆଁ ଜାଳି ବସୁଥିବା ଦେଖିବାକୁ ମିଳୁଛି। ରାଜ୍ୟରେ ସର୍ବନିମ୍ନ ପାରଦ ୪ଡିଗ୍ରୀ ସେଲସିୟସକୁ ତଳକୁ ଖସି ଯାଇଛି। ରାଜ୍ୟର ୧୭ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳି୍‌ଥିବା ସୂଚନା ଅନୁଯାୟୀ ବୁଧବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୩.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗୀବାଡି ୪.୫, ସୋନପୁର ୬.୪, ଝାରସୁଗୁଡା ୬, କେନ୍ଦୁଝର ୬.୪, ସମ୍ବଲପୁର ୮.୬, ସୁନ୍ଦରଗଡ ୬, ହୀରାକୁଦ ୮.୪, ତାଳଚେର ୯, ଭବାନୀପାଟଣା ୬.୮, ବଲାଙ୍ଗୀର ୮.୫, କୋରାପୁଟ ୭, ନୟାଗଡ ୯, ବୌଦ୍ଧ ୮, ଚାନ୍ଦବାଲି ୯.୭ ଏବଂ ଅନୁଗୋଳ ଜିଲାରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।
ଆସନ୍ତା ୨ ଦିନ ଯାଏ ଶୀତ ଆହୁରି ଥରେଇବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ସୋନପୁର, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ନୂଆପଡା, ନବରଙ୍ଗପୁର ଜିଲାରେ ପ୍ରବଳ ଶୀତ ଲହରୀ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୪ ତାରିଖରେ ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର ଜିଲାରେ ମଧ୍ୟ ପ୍ରବଳ ଶୀତ ଲହରୀ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri