ରାଜ୍ୟରେ ୪ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ୱର(ବ୍ୟୁରୋ)/ଦାରିଙ୍ଗବାଡ଼ି (ଡି.ଏନ୍‌.ଏ.)/ଟେନ୍‌ସା(ଡି.ଏନ୍‌.ଏ.)୨୧।୧୨:  ସମଗ୍ର ରାଜ୍ୟକୁ ହାଡ଼ଭଙ୍ଗା ଶୀତ କବଳିତ କରିଛି। କାଠୁଆ ଜାଡ଼ରେ ଥରୁଛି ଓଡ଼ିଶା। ସଞ୍ଜ ନଇଁବା ମାତ୍ରେ ମାଡ଼ିଆସୁଛି ହାଡ଼ଭଙ୍ଗା ଶୀତ। ଦେହ ହାତ କୋଲା ମାରିଯାଉଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ଏତେ ବଢି ଯାଇଛି ଯେ ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଦିନରେ ମଧ୍ୟ ଶୀତର ପ୍ରକୋପ ସେତେଟା ହ୍ରାସ ପାଉ ନାହିଁ। ସକାଳ ୧୦ଟା ଯାଏ ପଦାରେ ଦେହମୁଣ୍ଡ ଥରାଇ ଦେଉଛି। ଦିନତମାମ କୋହଲା ପାଗ ରହୁଛି। ପ୍ରବଳ ଥଣ୍ଡା ଯୋଗୁ ସା ହେଲେ ଲୋକମାନେ ନିଆଁ ଜାଳି ବସୁଥିବା ଦେଖିବାକୁ ମିଳୁଛି। ସେପଟେ ସୋମବାର ରାଜ୍ୟର ୧୩ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ୪ଡିଗ୍ରୀ ସହ ଦାରିଙ୍ଗବାଡ଼ି ସବୁଠାରୁ ଥଣ୍ଡା ସହର ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୋମବାର ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୬.୫, ଝାରସୁଗୁଡ଼ା ୫.୬, ବାରିପଦା ୯.୫, କେନ୍ଦୁଝର ୭.୪, ସମ୍ବଲପୁର ୯, ସୁନ୍ଦରଗଡ଼ ୮, ହୀରାକୁଦ ୯, ତାଳଚେର ୯, ଭବାନୀପାଟଣା ୮.୯, ବଲାଙ୍ଗୀର ୮.୯, ଟିଟିଲାଗଡ଼ ୯.୩ ଏବଂ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୬.୯ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ତେବେ ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଆସନ୍ତା ୩ ଦିନ ଯାଏ ଶୀତ ଥରେଇବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କନ୍ଧମାଳ ଜିଲାରେ ପ୍ରବଳ ଶୀତ ଲହରି ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ଦେବଗଡ଼ ଆଦି ଜିଲାରେ ମଧ୍ୟ ଶୀତ ଲହରି ଜାରି ରହିବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି।
ଅପରପକ୍ଷେ ଦାରିଙ୍ଗବାଡ଼ି ଏବଂ ସୁନ୍ଦରଗଡ଼ ଜିଲାର ଟେନ୍‌ସାଠାରେ ପାରଦ ତଳମୁହାଁ ହେବା ସହିତ ସର୍ବନିମ୍ନ ତୁଷାରପାତ ହୋଇଛି। ସର୍ବନିମ୍ନ ତାପମାତ୍ରା ତଳକୁ ଖସିବା ଯୋଗୁ ଦାରିଙ୍ଗବାଡ଼ି ବିଦ୍ୟୁତ୍‌ ବିଭାଗ କାଯର୍ର୍‌ୟାଳୟ ନିକଟବର୍ତ୍ତୀ ଅଞ୍ଚଳ ସହ କଫି ବଗିଚା, କିଲାବାଡ଼ି, ସିମନବାଡ଼ି, ଶ୍ରାନିକେତା, କିରିକୁଟି, ସିଆଙ୍ଗବାଲି ଓ ଅନ୍ୟ କେତେକ ଦୁର୍ଗମ ଗ୍ରାମରେ ତୁଷାରପାତ ହୋଇଛି। ସେହିପରି ଟେନ୍‌ସା ନିକଟ ଜିରୋ ପଏଣ୍ଟ ସହ କୋଇଡ଼ାର କେତେକ ସ୍ଥାନରେ ତୁଷାରପାତ ହୋଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?