୪୦ ଡିଗ୍ରୀ ଟପିବ ପାରଦ

ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜ୍ୟରେ ଗତ ଦୁଇଦିନ ହେବ ପାରଦ ଉପରମୁହାଁ ହୋଇଛି। ଆଗକୁ ଏହା ଆହୁରି ବଢ଼ିବ। ଉପକୂଳରୁ ଉପାନ୍ତ ସବୁଠି ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯିବ। ଏପରିକି କେତେକ ସ୍ଥାନରେ ପାରଦ ୪୨ ଡିଗ୍ରୀ ପର୍ଯ୍ୟନ୍ତ ଯିବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ମିଳିଥିବା ସୂଚନା ମୁତାବକ ଆସନ୍ତା ୧୬ ତାରିଖରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ହେବ। ବିଶେଷକରି ବଲାଙ୍ଗୀର, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାରେ ଗ୍ରୀଷ୍ମର ଅଧିକ ପ୍ରକୋପ ରହିବ। ସେହିପରି ୧୭ ତାରିଖରେ ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାରେ ଗ୍ରୀଷ୍ମ ଲହରି ହେବ ବୋଲି ସତର୍କତା ଜାରି କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବିଶେଷକରି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହେବ। ପଶ୍ଚିମ ଓଡ଼ିଶାରେ ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଖୋର୍ଦ୍ଧା ଜିଲାରେ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ଭୁବନେଶ୍ବରର ତାପମାତ୍ରା ୪୦ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି। ୨୧ ଓ ୨୨ ତାରିଖ ବେଳକୁ ତାତି ୪୪ ଡିଗ୍ରୀ ସେଲସିୟସ ଅତିକ୍ରମ କରିବ ବୋଲି ଅନୁମାନ କରାଯାଇଛି। ସୋମବାର ୧୨ ସ୍ଥାନରେ ତାପମାତ୍ରା ୩୭ କିମ୍ବା ତା’ଠାରୁ ଅଧିକ ଥିଲା। ସର୍ବୋଚ୍ଚ ଦିନ ତାପମାତ୍ରା ୩୮.୩ ଡିଗ୍ରୀ ସେଲସିୟସ ସହ ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହର ଥିଲା। ସେହିପରି ଝାରସୁଗୁଡ଼ା ୩୮.୨, ଅନୁଗୋଳ ୩୮.୧, ଟିଟିଲାଗଡ଼ ୩୮, ସମ୍ବଲପୁର ୩୭.୫, ବାରିପଦା ୩୭.୪, ହୀରାକୁଦ ୩୭.୩, ତାଳଚେର ୩୭, ସୋନପୁର ୩୭.୩, ନୟାଗଡ଼ ୩୭.୫, ବୌଦ୍ଧ ୩୭.୫ ଓ ବାଲେଶ୍ୱରରେ ୩୭ ଡିଗ୍ରୀ ରହିଥିଲା। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ସକାଳ ୧୧ଟାରୁ ୩ଟା ଯାଏ ବସ୍‌ ଚଳାଚଳ ଉପରେ କଟକଣା ଲଗାଯାଇଛି। ବିଶୁଦ୍ଧ ପାନୀୟ ଜଳ ଏବଂ ଓଆର୍‌ଏସ୍‌ ପ୍ୟାକେଟ ବସ୍‌ରେ ମହଜୁଦ ରଖିବାକୁ କୁହାଯାଇଛି। ବସ୍‌ଷ୍ଟପଗୁଡ଼ିକରେ ଅସ୍ଥାୟୀ ବିଶ୍ରାମାଗାର ଓ ଜଳଛତ୍ର ଖୋଲିବ। ବସ୍‌ରେ ଅଧିକ ଯାତ୍ରୀ ନେବାକୁ ବାରଣ କରାଯାଇଛି। ଯେଉଁମାନେ ଏହାର ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜିଲାସ୍ତରରେ କଣ୍ଟ୍ରୋଲ ରୁମ୍‌ ଖୋଲିବ। ପରିବହନ ବିଭାଗ ଏସବୁର ତଦାରଖ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri