୪୦ ଡିଗ୍ରୀ ଟପିବ ପାରଦ

ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜ୍ୟରେ ଗତ ଦୁଇଦିନ ହେବ ପାରଦ ଉପରମୁହାଁ ହୋଇଛି। ଆଗକୁ ଏହା ଆହୁରି ବଢ଼ିବ। ଉପକୂଳରୁ ଉପାନ୍ତ ସବୁଠି ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯିବ। ଏପରିକି କେତେକ ସ୍ଥାନରେ ପାରଦ ୪୨ ଡିଗ୍ରୀ ପର୍ଯ୍ୟନ୍ତ ଯିବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ମିଳିଥିବା ସୂଚନା ମୁତାବକ ଆସନ୍ତା ୧୬ ତାରିଖରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ହେବ। ବିଶେଷକରି ବଲାଙ୍ଗୀର, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାରେ ଗ୍ରୀଷ୍ମର ଅଧିକ ପ୍ରକୋପ ରହିବ। ସେହିପରି ୧୭ ତାରିଖରେ ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାରେ ଗ୍ରୀଷ୍ମ ଲହରି ହେବ ବୋଲି ସତର୍କତା ଜାରି କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବିଶେଷକରି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହେବ। ପଶ୍ଚିମ ଓଡ଼ିଶାରେ ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଖୋର୍ଦ୍ଧା ଜିଲାରେ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ଭୁବନେଶ୍ବରର ତାପମାତ୍ରା ୪୦ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି। ୨୧ ଓ ୨୨ ତାରିଖ ବେଳକୁ ତାତି ୪୪ ଡିଗ୍ରୀ ସେଲସିୟସ ଅତିକ୍ରମ କରିବ ବୋଲି ଅନୁମାନ କରାଯାଇଛି। ସୋମବାର ୧୨ ସ୍ଥାନରେ ତାପମାତ୍ରା ୩୭ କିମ୍ବା ତା’ଠାରୁ ଅଧିକ ଥିଲା। ସର୍ବୋଚ୍ଚ ଦିନ ତାପମାତ୍ରା ୩୮.୩ ଡିଗ୍ରୀ ସେଲସିୟସ ସହ ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହର ଥିଲା। ସେହିପରି ଝାରସୁଗୁଡ଼ା ୩୮.୨, ଅନୁଗୋଳ ୩୮.୧, ଟିଟିଲାଗଡ଼ ୩୮, ସମ୍ବଲପୁର ୩୭.୫, ବାରିପଦା ୩୭.୪, ହୀରାକୁଦ ୩୭.୩, ତାଳଚେର ୩୭, ସୋନପୁର ୩୭.୩, ନୟାଗଡ଼ ୩୭.୫, ବୌଦ୍ଧ ୩୭.୫ ଓ ବାଲେଶ୍ୱରରେ ୩୭ ଡିଗ୍ରୀ ରହିଥିଲା। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ସକାଳ ୧୧ଟାରୁ ୩ଟା ଯାଏ ବସ୍‌ ଚଳାଚଳ ଉପରେ କଟକଣା ଲଗାଯାଇଛି। ବିଶୁଦ୍ଧ ପାନୀୟ ଜଳ ଏବଂ ଓଆର୍‌ଏସ୍‌ ପ୍ୟାକେଟ ବସ୍‌ରେ ମହଜୁଦ ରଖିବାକୁ କୁହାଯାଇଛି। ବସ୍‌ଷ୍ଟପଗୁଡ଼ିକରେ ଅସ୍ଥାୟୀ ବିଶ୍ରାମାଗାର ଓ ଜଳଛତ୍ର ଖୋଲିବ। ବସ୍‌ରେ ଅଧିକ ଯାତ୍ରୀ ନେବାକୁ ବାରଣ କରାଯାଇଛି। ଯେଉଁମାନେ ଏହାର ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜିଲାସ୍ତରରେ କଣ୍ଟ୍ରୋଲ ରୁମ୍‌ ଖୋଲିବ। ପରିବହନ ବିଭାଗ ଏସବୁର ତଦାରଖ କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri