୨୫ରୁ ଆହୁରି ବଢ଼ିବ ତାତି ୪୪ ଡିଗ୍ରୀକୁ ଛୁଇଁବ ପାରଦ

ଭୁବନେଶ୍ୱର,୨୨ା୩(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଆସନ୍ତା ୨୫ ତାରିଖରୁ ସମଗ୍ର ରାଜ୍ୟ ଆହୁରି ଉତ୍ତପ୍ତ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀକୁ ଛୁଇଁବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ବୃଦ୍ଧି ପାଇବ। ଦିନରେ ଝାଞ୍ଜି ପବନ ସାଙ୍ଗକୁ ତତଲା ହାଓ୍ବା ବହିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୨୪ ତାରିଖରେ ବାଂଲାଦେଶ ଅତିକ୍ରମ କରିବା ପରେ ରାଜ୍ୟକୁ ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ହେବ । ଫଳରେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୪ରୁ ୫ ଡିଗ୍ରୀ ଯାଏ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି। ଭୁବନେଶ୍ୱରରେ ମଧ୍ୟ ତାପମାତ୍ରା ୪୦ ଡିଗ୍ରୀକୁ ଅତିକ୍ରମ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବତନ ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ କହିଛନ୍ତି।
ଗତ କିଛି ଦିନ ହେବ ରାଜ୍ୟରେ ତାତି ବଢ଼ିବାରେ ଲାଗିଛି। ସୋମବାର ୪ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସକୁ ଛୁଇଁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଝାରସୁଗୁଡ଼ାରେ ସର୍ବାଧିକ ୪୦.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବାବେଳେ ବଲାଙ୍ଗୀର ୪୦, ଟିଟିଲାଗଡ଼ ୪୦, ବୌଦ୍ଧ ୪୦, ବାରିପଦା ୩୯, ସମ୍ବଲପୁର ୩୮.୯, ସୁନ୍ଦରଗଡ଼ ୩୮, ହୀରାକୁଦ ୩୮, ଭଦ୍ରକ ୩୮.୨, ଭବାନୀପାଟଣା ୩୭.୬, ଚାନ୍ଦବାଲି ୩୭ ଏବଂ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆସନ୍ତା ୨/୩ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri