୨୫ରୁ ଆହୁରି କଲବଲ କରିବ ତାତି ୪୪ ଡିଗ୍ରୀକୁ ଛୁଇଁବ ପାରଦ

ଭୁବନେଶ୍ୱର,୨୧ା୩(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଆସନ୍ତା ୨୫ ତାରିଖରୁ ସମଗ୍ର ରାଜ୍ୟ ଆହୁରି ଉତ୍ତପ୍ତ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀକୁ ଛୁଇଁବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ବୃଦ୍ଧି ପାଇବ। ଦିନରେ ବାହାରେ ରହିବା ମୁସ୍କିଲ ହୋଇପଡ଼ିବ। ଝାଞ୍ଜି ପବନ ସାଙ୍ଗକୁ ତତଲା ହାଓ୍ବା ଦେହ ମୁଣ୍ଡକୁ ପୋଡ଼ି ପକାଇବ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୨୪ ତାରିଖରେ ବାଂଲାଦେଶ ଅତିକ୍ରମ କରିବା ପରେ ରାଜ୍ୟକୁ ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ହେବ । ଫଳରେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୪ରୁ ୫ ଡିଗ୍ରୀ ଯାଏ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି। ଭୁବନେଶ୍ୱରରେ ମଧ୍ୟ ତାପମାତ୍ରା ୪୦ ଡିଗ୍ରୀକୁ ଅତିକ୍ରମ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବତନ ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ କହିଛନ୍ତି।
ଗତ କିଛି ଦିନ ହେବ ରାଜ୍ୟରେ ତାତି ବଢ଼ିବାରେ ଲାଗିଛି। ସୋମବାର ୪ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସକୁ ଛୁଇଁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଝାରସୁଗୁଡ଼ାରେ ସର୍ବାଧିକ ୪୦.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର ୪୦, ଟିଟିଲାଗଡ଼ ୪୦, ବୌଦ୍ଧ ୪୦, ବାରିପଦା ୩୯, ସମ୍ବଲପୁର ୩୮.୯, ସୁନ୍ଦରଗଡ଼ ୩୮, ହୀରାକୁଦ ୩୮, ଭଦ୍ରକ ୩୮.୨, ଭବାନୀପାଟଣା ୩୭.୬, ଚାନ୍ଦବାଲି ୩୭ ଏବଂ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆସନ୍ତା ୨/୩ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?