୨୫ରୁ ଆହୁରି କଲବଲ କରିବ ତାତି ୪୪ ଡିଗ୍ରୀକୁ ଛୁଇଁବ ପାରଦ

ଭୁବନେଶ୍ୱର,୨୧ା୩(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଆସନ୍ତା ୨୫ ତାରିଖରୁ ସମଗ୍ର ରାଜ୍ୟ ଆହୁରି ଉତ୍ତପ୍ତ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀକୁ ଛୁଇଁବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ବୃଦ୍ଧି ପାଇବ। ଦିନରେ ବାହାରେ ରହିବା ମୁସ୍କିଲ ହୋଇପଡ଼ିବ। ଝାଞ୍ଜି ପବନ ସାଙ୍ଗକୁ ତତଲା ହାଓ୍ବା ଦେହ ମୁଣ୍ଡକୁ ପୋଡ଼ି ପକାଇବ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୨୪ ତାରିଖରେ ବାଂଲାଦେଶ ଅତିକ୍ରମ କରିବା ପରେ ରାଜ୍ୟକୁ ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ହେବ । ଫଳରେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୪ରୁ ୫ ଡିଗ୍ରୀ ଯାଏ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି। ଭୁବନେଶ୍ୱରରେ ମଧ୍ୟ ତାପମାତ୍ରା ୪୦ ଡିଗ୍ରୀକୁ ଅତିକ୍ରମ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବତନ ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ କହିଛନ୍ତି।
ଗତ କିଛି ଦିନ ହେବ ରାଜ୍ୟରେ ତାତି ବଢ଼ିବାରେ ଲାଗିଛି। ସୋମବାର ୪ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସକୁ ଛୁଇଁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଝାରସୁଗୁଡ଼ାରେ ସର୍ବାଧିକ ୪୦.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର ୪୦, ଟିଟିଲାଗଡ଼ ୪୦, ବୌଦ୍ଧ ୪୦, ବାରିପଦା ୩୯, ସମ୍ବଲପୁର ୩୮.୯, ସୁନ୍ଦରଗଡ଼ ୩୮, ହୀରାକୁଦ ୩୮, ଭଦ୍ରକ ୩୮.୨, ଭବାନୀପାଟଣା ୩୭.୬, ଚାନ୍ଦବାଲି ୩୭ ଏବଂ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆସନ୍ତା ୨/୩ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ

ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ବିଜୟ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ୱର ଫେରିଲେ

ଭୁବନେଶ୍ୱର,୪।୫: କଂଗ୍ରେସର ବରିଷ୍ଠ ନେତା ତଥା ପାରଳାଖେମୁଣ୍ଡି ବିଧାନସଭା ପ୍ରାର୍ଥୀ ବିଜୟ ପଟ୍ଟନାୟକ ଅସୁସ୍ଥ। ପ୍ରଚଣ୍ଡ ଖରାରେ ପ୍ରଚାର କରିବା ଯୋଗୁ ତାଙ୍କୁ ଅଂଶୁଘାତ ହୋଇଯାଇଥିଲା।...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି।...

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି...

୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର,୪।୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri