ଆଜି ପ୍ରକାଶ ପାଇବ ମେଧା ତାଲିକା

ଭୁବନେଶ୍ୱର, ୭ା୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ବୁଧବାର ଅପରାହ୍ନ ୨ଟାରେ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ବା ମେଧା ତାଲିକା ପ୍ରକାଶ ପାଇବ। ଏହା ସାମ୍ସ ୱେବ୍‌ସାଇଟ samsodisha.gov.inରେ ଉପଲବ୍ଧ ହେବ। ପ୍ରଥମ ପର୍ଯ୍ୟାୟ ନାମଲେଖା ୭ତାରିଖ ଅପରାହ୍ନ ୨ଟାରୁ ୧୧ ତାରିଖ ଅପରାହ୍ନ ୫ଟା ଯାଏ ଚାଲିବ। ରବିବାର ମଧ୍ୟ ନାମଲେଖା ହେବ। ଏହାପରେ ୧୬ତାରିଖ ଅପରାହ୍ନ ୨ଟାରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ ପ୍ରକାଶ ପାଇବ। ଦ୍ୱିତୀୟ ପର୍ଯ୍ୟାୟରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ ୧୬ତାରିଖ ଅପରାହ୍ନ ୨ଟାରୁ ୧୯ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ଏଥିରେ ମଧ୍ୟ ରବିବାର ନାମଲେଖା ହେବ। ୨୮ତାରିଖ ଅପରାହ୍ନ ୨ଟାରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୨୮ତାରିଖ ଅପରାହ୍ନ ୨ଟାରୁ ଅକ୍ଟୋବର ୧ ତାରିଖ ଅପରାହ୍ନ ୫ଟା ମଧ୍ୟରେ ସ୍ପଟ ନାମଲେଖା ହେବ। ସୂଚନାଯୋଗ୍ୟ, ଯୁକ୍ତ୩ ନାମଲେଖା ପାଇଁ ଅଗଷ୍ଟ ୧୧ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ୨୫ ତାରିଖ ପର୍ଯ୍ୟନ୍ତ ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଥିବାବେଳେ ରାଜ୍ୟରେ ବନ୍ୟା ପରିସ୍ଥିତି ପାଇଁ ତାହାକୁ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଥିଲା।
ସେହିପରି ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ୨ ନାମଲେଖା ପାଇଁ ବୁଧବାର ଅପରାହ୍ନ ୩ଟାରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏହା ସାମ୍ସ ୱେବ୍‌ସାଇଟ samsodisha.gov.inରେ ଉପଲବ୍ଧ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ ୮ରୁ ୧୦ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ବଳକା ସିଟ୍‌ରେ ନାମଲେଖା ପାଇଁ ୧୫ ତାରିଖ ଅପରାହ୍ନ ୨ଟାରେ ସ୍ପଟ ମେଧା ତାଲିକା ପ୍ରକାଶ ପାଇବ। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପରେ ଯେତିକି ସିଟ୍‌ ବଳକା ପଡ଼ିଥିବ ତା’ର ୧୦ ଗୁଣା ସ୍ପଟ ମେଧା ତାଲିକାରେ ପ୍ରକାଶ ପାଇବ। ୧୭ରୁ ୨୦ ତାରିଖ ମଧ୍ୟରେ ସ୍ପଟ ନାମଲେଖା ହେବ। ସୂଚନାଯୋଗ୍ୟ, ଚଳିତବର୍ଷ ଯୁକ୍ତ୨ ନାମଲେଖା ପାଇଁ ୪,୮୦,୭୦୪ ଛାତ୍ରୀଛାତ୍ର ଆବେଦନ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୪,୦୪,୪୦୦ ଛାତ୍ରୀଛାତ୍ର ନାମଲେଖା ପାଇଁ ମନୋନୀତ ହୋଇଥିଲେ। ପ୍ରଥମ ପର୍ଯ୍ୟାୟ ନାମଲେଖା ଅଗଷ୍ଟ ୧୯ରୁ ୩୦ତାରିଖ ମଧ୍ୟରେ ହୋଇଥିଲା। ପୂର୍ବରୁ ୨୫ତାରିଖ ପର୍ଯ୍ୟନ୍ତ ଏହି ନାମଲେଖା ହେବ ବୋଲି ଘୋଷଣା କରାଯାଇଥିଲା। କିନ୍ତୁ ରାଜ୍ୟରେ ବନ୍ୟା ପରିସ୍ଥିତି ପାଇଁ ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧିକୁ ୩୦ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ଏହି ପର୍ଯ୍ୟାୟରେ ମୋଟ ୩ଲକ୍ଷ ୪୪ହଜାର ୩୪୩ ଜଣ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?