ଟିକା ନ ନେଇ ଆସୁଛି ମେସେଜ: କର୍ତ୍ତୃପକ୍ଷ କହିଲେ ଆମର କିଛି ଭୁଲ୍‌ ନାହିଁ

ପୁରୀ ଅଫିସ,୭।୫: ପୁରୀ ଜିଲାରେ କୋଭିଡ୍‌ ଟିକାକରଣରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଗୋଟିଏ ପଟେ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ବିଳମ୍ବ ଘଟୁଛି। ଅନ୍ୟପଟେ ଜନସାଧାରଣ ଟିକା ପାଉ ନ ଥିବା ଅଭିଯୋଗ ହେଉଛି। ଗୁରୁବାର ପ୍ରଶାସନର ଅବହେଳା ପଦାରେ ପଡ଼ିଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପୁରୀର ସଂଯୁକ୍ତା ଦାଶ (୫୭) କୋଭିଡ୍‌ ଟିକା ନେଇ ନ ଥିବାବେଳେ ତାଙ୍କ ପାଖକୁ ଟିକା ନେଇଥିବାର ମେସେଜ ଆସିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆସିଥିବା ଏହି ମେସେଜ୍‌ ସମ୍ପର୍କରେ ସେ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କୁ ଅଭିଯୋଗ ଜଣାଇଛନ୍ତି। ତେବେ ଚିକିତ୍ସାଳୟ କର୍ତ୍ତୃପକ୍ଷ କିଛି କରିପାରିବେ ନାହିଁ ବୋଲି କହିଛନ୍ତି। ସଂଯୁକ୍ତା ଅନ୍‌ଲାଇନରେ ଫର୍ମ ପୂରଣ କରିଥିବାରୁ ଆପ୍‌ରେ ଏପରି ତ୍ରୁଟି ଘଟିଥାଇପାରେ ବୋଲି ଚିକିତ୍ସାଳୟ କର୍ତ୍ତୃପକ୍ଷ ସଫେଇ ଦେଇଛନ୍ତି। ତେବେ ଏହାକୁ ନେଇ ସଂଯୁକ୍ତା ଚିନ୍ତାରେ ରହିଛନ୍ତି। ସଂଯୁକ୍ତା କହିଛନ୍ତି, କୋଭିଡ୍‌ ଟିକା ନେବା ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଅନ୍‌ଲାଇନ ଆପ୍‌ରେ ସେ ନିଜ ନାମ ପଞ୍ଜୀକରଣ କରିଥିଲେ। ତେବେ ଟିକା ନେଇ ନ ଥିଲେ ମଧ୍ୟ ଗୁରୁବାର ସେ ଟିକା ନେଇଥିବା ତାଙ୍କ ମୋବାଇଲ ଫୋନକୁ ମେସେଜ ଆସିଥିଲା। ଏହା ତାଙ୍କୁ ଯେତିକି ଆଶ୍ଚର୍ଯ୍ୟ କରିଛି ସେତିକି ଚିନ୍ତାରେ ପକାଇଛି। ସେହିପରି ସୂଚନା ଅଧିକାର କର୍ମୀ ଜୟନ୍ତ କୁମାର ଦାସ କହିଛନ୍ତି, ପୂର୍ବରୁ ମଧ୍ୟ ଏଭଳି ଅଭିଯୋଗ ଆସିଛି, ମାତ୍ର ଜିଲା ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କରିନାହିଁ। ଏହା ଦୁର୍ଭାଗ୍ୟର ବିଷୟ। ପ୍ରଶାସନର ଦାୟିତ୍ୱହୀନତା ଯୋଗୁ ଟିକାକରଣରେ ଅବ୍ୟବସ୍ଥା ଘଟୁଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?