ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଘନକୁହୁଡ଼ି ନେଇ ପାଣିପାଗ ବିଭାଗ ୱାର୍ନିଂ ଜାରି କରିଛି। ଆଗାମୀ ୭ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅନ୍ୟପକ୍ଷେ ଘନ କୁହୁଡ଼ିରେ ସୁରକ୍ଷିତ ଭାବେ ଯାତାୟାତ ପାଇଁ ସରକାର ସତର୍କତା ଜାରି କରିଛନ୍ତି । ବୁଧବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କନ୍ଧମାଳ, ସୁବର୍ଣ୍ଣପୁର, କଳାହାଣ୍ଡି, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଜଗତ୍‌ସିଂହପୁର, କଟକ ଏବଂ ଗୁରୁବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କନ୍ଧମାଳ, ସୁବର୍ଣ୍ଣପୁର, ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା ଜିଲାକୁ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଶୁକ୍ରବାର ଏବଂ ଶନିବାର ସୁନ୍ଦରଗଡ଼, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ରବିବାର ସୁନ୍ଦରଗଡ଼, ଜଗତ୍‌ସିଂହପୁର, କୋରାପୁଟ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

ଗତ ୨୪ ଘଣ୍ଟାରେ ରାଉରକେଲା, ଫୁଲବାଣୀ, ସୋନପୁର, ଝାରସୁଗୁଡାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବାବେଳେ ଚାନ୍ଦବାଲି, ଭବାନୀପାଟଣା, କୋରାପୁଟ, ବରଗଡ଼, ପାରାଦୀପ, କେନ୍ଦୁଝର, ସମ୍ବଲପୁର ଏବଂ ହୀରାକୁଦରେ ମଧ୍ୟମରୁ ହାଲୁକା କୁହୁଡ଼ି ଦେଖାଦେଇଥିଲା।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା ୬.୩ ଡିଗ୍ରୀ କୋରାପୁଟରେ ରହିଥିଲା। ସେହିପରି ଶିମିଳିପାଳରେ ୬.୭, ଦାରିଙ୍ଗିବାଡ଼ିରେ ୭, ଜି.ଉଦୟଗିରିରେ ୭.୪, ନବରଙ୍ଗପୁରରେ ୮, ଫୁଲବାଣୀରେ ୮.୫, ଚିପିଲିମା ଓ ଝାରସୁଗୁଡ଼ାରେ ୯.୪, ବୌଦ୍ଧରେ ୯.୫ ଏବଂ ଅନୁଗୋଳରେ ୯.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri