ଆଜି ଅପରାହ୍ନ ସୁଦ୍ଧା ଏସବୁ ଜିଲାକୁ ପ୍ରବଳରୁ ଅତି ପ୍ରବଳ ଝଡ଼ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶର,୬ା୭: ସାରା ରାଜ୍ୟରେ ଜାରି ରହିଛି ବର୍ଷା। କେତେକ ଜିଲାରେ ବନ୍ୟା ପରିସ୍ଥିତି ଉପୁଜୁଥିବାବେଳେ ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି ସ୍ଥିତିରେ ରବିବାର ରାଜ୍ୟର ବିଭିନ୍ନ ଜିଲାକୁ ଝଡ଼ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହିସବୁ ଜିଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ୨୦ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଥିବା ବେଳେ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୯ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ଭୁବନେଶର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେବା ସହ ବିଭିନ୍ନ ଜିଲାକୁ ସତର୍କ କରିଛି। ତେବେ  ଶନିବାର ରାଜ୍ୟର ଅଧିକାଂଶ ଜିଲାରେ ଭାରି ବର୍ଷା ରେକର୍ଡ କରାଯାଇଥିବାବେଳେ ଆଉ କେତେକ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। କଟକ ଓ ଭୁବନେଶ୍ୱରରେ ବର୍ଷା ହୋଇଥିବାବେଳେ ଝାରସୁଗୁଡ଼ାରେ ସର୍ବାଧିକ ୨୯.୦ ମିମି, କେନ୍ଦୁଝରଗଡ଼ରେ ୧୯.୦ ମିମି, ଭଦ୍ରକରେ ୨୦.୨ ମିମି, ସମ୍ବଲପୁରରେ ୧୯ମିମି, ହୀରାକୁଦରେ ୧୬ ମିମି, କୋରାପୁଟରେ ୧୩.୨ ମିମି ଏବଂ ଚାନ୍ଦବାଲିରେ ୮.୨ ମିମି ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri