ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ବାଟବଣା: ମହିଳା ଶ୍ରମିକଙ୍କୁ ଗାଁ ସାଥୀଙ୍କ ଧମକ, ଥାନାରେ ଏତଲା

ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ କାମ ପାଇବାକୁ ଦାବି ଜଣାଇଥିବା ଜଣେ ମହିଳା ଶ୍ରମିକଙ୍କୁ ଗାଁ ସାଥୀ କାମ ଦେବାକୁ ମନା କରିବା ସହ ଦୁର୍ବ୍ୟବହାର କରିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ଏପରି ଅଭିଯୋଗ କରିଛନ୍ତି ବଡ଼ଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ପି. ପାର୍ବତୀ।
ପ୍ରକାଶ ଯେ, ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତ ଗୋପୀନାଥପୁର ଗାଁର ପି ପାର୍ବତୀ ଏମ୍‌ଜିଏନ୍‌ଆର୍‌ଇଜିଏ ମହିଳା ଶ୍ରମିକ ଭାବେ ନାମ ରେଜିଷ୍ଟ୍ରି କରିଛନ୍ତି। ଗତ ୧୬ରେ ସେ କାମ କରିବାକୁ ଗାଁ ସାଥୀଙ୍କ ଘରକୁ ଯାଇଥିଲେ।

କିନ୍ତୁ କାମ ବଦଳରେ ଗାଁ ସାଥୀ ପାର୍ବତୀଙ୍କୁ ଦୁର୍ବ୍ୟବହାର କରିଥିବା ସେ ଅଭିଯୋଗ କରିଛନ୍ତି। ପୂର୍ବରୁ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ ଏକ ମାଟି କାମବେଳେ ଉପସ୍ଥିତ ଶ୍ରମିକଙ୍କ ଫଟୋ ଉଠାଇଥିବାରୁ ତାଙ୍କୁ ଧମକ ପ୍ରଦାନ କରାଯାଇଥିଲା ବୋଲି ପାର୍ବତୀ ଅଭିଯୋଗ କରିଛନ୍ତି। ଏଥିନେଇ ବ୍ଲକରେ ଉଚ୍ଚ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସମାଧାନ ହୋଇ ନ ଥିଲା। ପାର୍ବତୀ ଏ ପ୍ରସଙ୍ଗରେ ତାଙ୍କ ସହ କୌଣସି କଥାବାର୍ତ୍ତା କରିନାହାନ୍ତି ବୋଲି ବ୍ଲକ ନିର୍ବାହୀ ସହକାରୀ ଯନ୍ତ୍ରୀ ହେମନ୍ତ କୁମାର ମିଶ୍ର କହିଛନ୍ତି। ତେବେ ଶୁକ୍ରବାର ହିଞ୍ଜିଳି ଥାନାରେ ପାର୍ବତୀଙ୍କ ଅଭିଯୋଗ କ୍ରମେ ଥାନାରେ ନଂ- ୩୦୬/୨୨ରେ ଏକ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ ଚାଲିଥିବା ଆଇଆଇସି ଅଭିମନ୍ୟୁ ଦାଶ କହିଛନ୍ତି। ଅନ୍ୟପକ୍ଷରେ ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ଜନପ୍ରତିନିଧି, ପଞ୍ଚାୟତ ଓ ବ୍ଲକ କର୍ମଚାରୀଙ୍କ ଜାଣତରେ ମିଥ୍ୟା ତଥ୍ୟ ପ୍ରଦାନ କରି ଏମ୍‌ଜିଏନ୍‌ଆରଇଜିଏ ଯୋଜନାର ହରିଲୁଟ୍‌ ଚାଲିଛି ବୋଲି କଂଗ୍ରେସ ରାଜ୍ୟ ସମ୍ପାଦକ ଶମ୍ଭୁ ପାଣିଗ୍ରାହୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?