ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ବାଟବଣା: ମହିଳା ଶ୍ରମିକଙ୍କୁ ଗାଁ ସାଥୀଙ୍କ ଧମକ, ଥାନାରେ ଏତଲା

ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ କାମ ପାଇବାକୁ ଦାବି ଜଣାଇଥିବା ଜଣେ ମହିଳା ଶ୍ରମିକଙ୍କୁ ଗାଁ ସାଥୀ କାମ ଦେବାକୁ ମନା କରିବା ସହ ଦୁର୍ବ୍ୟବହାର କରିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ଏପରି ଅଭିଯୋଗ କରିଛନ୍ତି ବଡ଼ଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ପି. ପାର୍ବତୀ।
ପ୍ରକାଶ ଯେ, ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତ ଗୋପୀନାଥପୁର ଗାଁର ପି ପାର୍ବତୀ ଏମ୍‌ଜିଏନ୍‌ଆର୍‌ଇଜିଏ ମହିଳା ଶ୍ରମିକ ଭାବେ ନାମ ରେଜିଷ୍ଟ୍ରି କରିଛନ୍ତି। ଗତ ୧୬ରେ ସେ କାମ କରିବାକୁ ଗାଁ ସାଥୀଙ୍କ ଘରକୁ ଯାଇଥିଲେ।

କିନ୍ତୁ କାମ ବଦଳରେ ଗାଁ ସାଥୀ ପାର୍ବତୀଙ୍କୁ ଦୁର୍ବ୍ୟବହାର କରିଥିବା ସେ ଅଭିଯୋଗ କରିଛନ୍ତି। ପୂର୍ବରୁ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ ଏକ ମାଟି କାମବେଳେ ଉପସ୍ଥିତ ଶ୍ରମିକଙ୍କ ଫଟୋ ଉଠାଇଥିବାରୁ ତାଙ୍କୁ ଧମକ ପ୍ରଦାନ କରାଯାଇଥିଲା ବୋଲି ପାର୍ବତୀ ଅଭିଯୋଗ କରିଛନ୍ତି। ଏଥିନେଇ ବ୍ଲକରେ ଉଚ୍ଚ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସମାଧାନ ହୋଇ ନ ଥିଲା। ପାର୍ବତୀ ଏ ପ୍ରସଙ୍ଗରେ ତାଙ୍କ ସହ କୌଣସି କଥାବାର୍ତ୍ତା କରିନାହାନ୍ତି ବୋଲି ବ୍ଲକ ନିର୍ବାହୀ ସହକାରୀ ଯନ୍ତ୍ରୀ ହେମନ୍ତ କୁମାର ମିଶ୍ର କହିଛନ୍ତି। ତେବେ ଶୁକ୍ରବାର ହିଞ୍ଜିଳି ଥାନାରେ ପାର୍ବତୀଙ୍କ ଅଭିଯୋଗ କ୍ରମେ ଥାନାରେ ନଂ- ୩୦୬/୨୨ରେ ଏକ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ ଚାଲିଥିବା ଆଇଆଇସି ଅଭିମନ୍ୟୁ ଦାଶ କହିଛନ୍ତି। ଅନ୍ୟପକ୍ଷରେ ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ଜନପ୍ରତିନିଧି, ପଞ୍ଚାୟତ ଓ ବ୍ଲକ କର୍ମଚାରୀଙ୍କ ଜାଣତରେ ମିଥ୍ୟା ତଥ୍ୟ ପ୍ରଦାନ କରି ଏମ୍‌ଜିଏନ୍‌ଆରଇଜିଏ ଯୋଜନାର ହରିଲୁଟ୍‌ ଚାଲିଛି ବୋଲି କଂଗ୍ରେସ ରାଜ୍ୟ ସମ୍ପାଦକ ଶମ୍ଭୁ ପାଣିଗ୍ରାହୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri