ଏମ୍ସରେ ଅନ୍ୟ ୨ ବିଭାଗରେ ଆରମ୍ଭ ହେବ ଏମ୍‌ସିଏଚ୍‌, ଡିଏମ୍‌ କୋର୍ସ

ଭୁବନେଶ୍ୱର, ୨୬।୧୧(ବ୍ୟୁରୋ): ଭୁବନେଶ୍ବର ଏମ୍ସରେ ସୁପରସ୍ପେଶାଲିଟି ସେବା ବୃଦ୍ଧି ପାଇବ। ସର୍ଜିକାଲ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗରେ ଏମ୍‌ସିଏଚ୍‌ ଓ ନେଫ୍ରୋଲୋଜି ବିଭାଗରେ ଡିଏମ୍‌ କୋର୍ସ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏନେଇ ଚୂଡ଼ାନ୍ତ ପ୍ରକ୍ରିୟା ଶେଷ ହୋଇଛି। ଗତ ୨୧ ତାରିଖ ଓ ଗୁରୁବାର ନୂଆଦିଲ୍ଲୀ ଏମ୍‌ସ. ପୁଡୁଚେରୀ ଜେଆଇପିଏମ୍‌ଇଆର୍‌ ଏବଂ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରୁ ଆସିଥିବା ବିଶେଷଜ୍ଞ ଟିମ୍‌ ଅନୁଧ୍ୟାନ କରିଛନ୍ତି। ବିଶେଷଜ୍ଞ ଦଳ ଦୁଇ ବିଭାଗର ଭିତ୍ତିଭୂମି ସହିତ ଗବେଷଣାକୁ ନେଇ ରହିଥିବା ବ୍ୟବସ୍ଥା ସହିତ ଅନ୍ୟାନ୍ୟ ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥାର ଅନୁଧ୍ୟାନ କରି ସନ୍ତୋଷ ପ୍ରକାଶ କରିଥିଲେ। ଏଥିସହ ଦୁଇ ବିଭାଗରେ ସୁପରସ୍ପେଶାଲିଟି କୋର୍ସ ଆରମ୍ଭ ହେବା ନେଇ ସବୁଜ ସଙ୍କେତ ଦେଇଛନ୍ତି। ଏପରି ହେଲେ ଉପରୋକ୍ତ ଦୁଇ ପ୍ରମୁଖ ବିଭାଗରେ ପ୍ରତିବର୍ଷ ଦୁଇଟି କରି ଡିଏମ୍‌/ଏମ୍‌ସିଏଚ୍‌ ସିଟ୍‌ ବୃଦ୍ଧି ପାଇବ। ଏହା ଗବେଷଣାକୁ ଅଧିକ ତ୍ୱରାନ୍ବିତ କରିବା ସହ ଗୁଣବତ୍ତାସମ୍ପନ୍ନ ରୋଗୀ ସେବାରେ ସହାୟକ ହେବ। ଏହାକୁ ମିଶାଇଲେ ବର୍ତ୍ତମାନ ଭୁବନେଶ୍ବର ଏମ୍‌ସର ୧୬ ବିଭାଗରେ ଡିଏମ୍‌/ଏମ୍‌ସିଏଚ୍‌ କୋର୍ସ ପ୍ରଚଳନ ହେବ। ଏନେଇ ଭୁବନେଶ୍ବରର ଏମ୍‌ସ ନିର୍ଦ୍ଦେଶିକା ଡା. ବି ଗୀତାଞ୍ଜଳୀ ଉଚ୍ଚମାନର ରୋଗୀ ସେବା ନିମନ୍ତେ ଅନୁଷ୍ଠାନ ବଦ୍ଧପରିକର ଥିବା ପ୍ରକାଶ କରିଛନ୍ତି। ଏମ୍‌ସିଏଚ୍‌ ଓ ଡିଏମ୍‌ କୋର୍ସର ପ୍ରଚଳନ ଏମ୍‌ସ ସର୍ଜିକାଲ୍‌ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ଓ ନେଫ୍ରୋଲୋଜି ବିଭାଗରେ ଅଧିକ ଗବେଷଣାର ସୁଯୋଗ ଆଣିଦେବ। ଏହା ପରୋକ୍ଷରେ ସାଧାରଣ ଲୋକଙ୍କ ଉପକାରରେ ଲାଗିବ ବୋଲି ଡା. ଗୀତାଞ୍ଜଳି ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?