ସମୁଦ୍ରରେ ବୁଡ଼ିଗଲା ପ୍ରବାସୀଙ୍କ ଡ଼ଙ୍ଗା, ୪୦ ପାକିସ୍ତାନୀ ମୃତ

ରାବତ,୧୭।୧: ଉତ୍ତର ଆଫ୍ରିକୀୟ ଦେଶ ମରକ୍କୋରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ସମୁଦ୍ରରେ ଓଲଟି ପଡ଼ିଥିଲା। ଯେଉଁଥିରେ ୪୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। କୁହାଯାଉଛି ଯେ ଏହି ଡଙ୍ଗାରେ ୮୦ ଜଣ ପ୍ରବାସୀ ଥିଲେ। ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ସମସ୍ତ ଲୋକ ପାକିସ୍ତାନୀ ନାଗରିକ ବୋଲି କୁହାଯାଉଛି। ଏହି ଡଙ୍ଗାରେ ଥିବା ସମସ୍ତ ପ୍ରବାସୀ ସ୍ପେନ ଯିବାକୁ ଚେଷ୍ଟା କରୁଥିଲେ। ଏହି ଘଟଣା ଉପରେ ପ୍ରବାସୀ ଅଧିକାର ସଂଗଠନ ‘ୱାକିଙ୍ଗ ବର୍ଡର୍ସ’ କହିଛି ଯେ ୫୦ ରୁ ଅଧିକ ପ୍ରବାସୀ ସମୁଦ୍ରରେ ବୁଡ଼ି ମୃତ୍ୟୁବରଣ କରିଥିବା ଆଶଙ୍କା କରାଯାଉଛି।
ସୂଚନା ଅନୁଯାୟୀ, ମରକ୍କୋ କର୍ତ୍ତୃପକ୍ଷ ଡଙ୍ଗାରୁ ୩୬ ଜଣଙ୍କୁ ଉଦ୍ଧାର କରିଛନ୍ତି। ଯାହା ଜାନୁଆରୀ ୨ରେ ପ୍ରବାସୀଙ୍କୁ ନେଇ ମୌରିଟାନିଆରୁ ବାହାରିଥିଲା। ଏହି ଡଙ୍ଗାରେ ୮୬ଜଣ ପ୍ରବାସୀ ଥିଲେ। ସେମାନଙ୍କ ମଧ୍ୟରେ ୬୬ଜଣ ପାକିସ୍ତାନୀ ନାଗରିକ ମଧ୍ୟ ଥିଲେ। ‘ୱାକିଙ୍ଗ ବର୍ଡର୍ସ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ହେଲେନା ମାଲେନୋ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏ ବିଷୟରେ ପୋଷ୍ଟ କରି କହିଛନ୍ତି ଯେ ଦୁର୍ଘଟଣାରେ ବୁଡ଼ି ଯାଇଥିବା ୪୪ ଜଣ ଲୋକ ପାକିସ୍ତାନର ଥିଲେ।
ଏହି ଘଟଣା ପରେ, ପାକିସ୍ତାନ ବୈଦେଶିକ କାର୍ଯ୍ୟାଳୟ ଏକ ବିବୃତ୍ତି ଜାରି କରିଛି। ଯେଉଁଥିରେ କୁହାଯାଇଥିଲା ଯେ, ‘ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିବା ପାଇଁ ମରକ୍କୋରେ ଥିବା ସେମାନଙ୍କର ଦୂତାବାସ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛି।’ ଏହା ସହିତ, ପାକିସ୍ତାନୀ ନାଗରିକମାନଙ୍କୁ ସାହାଯ୍ୟ କରିବା ଏବଂ ଆବଶ୍ୟକୀୟ ସହାୟତା ଯୋଗାଇବା ପାଇଁ ମରକ୍କୋରେ ଥିବା ପାକିସ୍ତାନୀ ଦୂତାବାସର ଏକ ଦଳ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri