କାହାଣୀ ଦୁନିଆରେ ହଜିବ ମନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): କାହାଣୀ ଶୁଣିବାରେ ମଜିବେ ପିଲାମାନେ। ଗପ ଶୁଣିବେ, ଶିକ୍ଷଣୀୟ କଥା ଜାଣିବେ ଏବଂ ଏହା ସାଙ୍ଗକୁ ମନୋରଞ୍ଜନ ବି କରିବେ। ଖାଲି ପିଲା ନୁହେଁ, ବଡ଼ ଲୋକମାନେ ମଧ୍ୟ କାଳ୍ପନିକ କାହାଣୀ ଦୁନିଆରେ ନିଜକୁ ସାମିଲ କରିବେ। କାରଣ ପୁଣିଥରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ଓରାଲ୍‌ ଷ୍ଟୋରି ଟେଲିଂ ଫେଷ୍ଟିଭାଲ ‘ଭୁଫେଷ୍ଟୋ’। ଆସନ୍ତା ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ସହରର ବିଭିନ୍ନ ସ୍ଥାନରେ ଏହି ନିଆରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଇନ୍ଦିରାଗାନ୍ଧୀ ପାର୍କ, ବୁଦ୍ଧ ଜୟନ୍ତୀ ପାର୍କ, ଏପିଜେ ଅବଦୁଲ୍‌ କଲାମ ପାର୍କ ଏବଂ କଳାଭୂମିଠାରେ ପ୍ରତ୍ୟେକ ଦିନ ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୭ଟା ୩୦ ପର୍ଯ୍ୟନ୍ତ ଲୋକମାନେ କାହାଣୀ ଶୁଣିବେ। ସ୍ଥାନୀୟ ସାହିତ୍ୟ, କବିତା ଓ କାହାଣୀଗୁଡିକର ମହାନତାକୁ ବଞ୍ଚାଇ ରଖିବା ପାଇଁ ଭୁଫେଷ୍ଟୋକୁ ସ୍ବତନ୍ତ୍ର ଭାବେ ପିଲା ଓ ବୟସ୍କ ବ୍ୟକ୍ତିଙ୍କ ପାଇଁ ପ୍ରସ୍ତୁତ କରାଯାଇଛି। ଏହା ଏପରି ଏକ ବହୁମୁଖୀ ପର୍ବ, ଯେଉଁଠାରେ ବିଶ୍ୱର ପ୍ରତିଷ୍ଠିତ ଷ୍ଟୋରି ଟେଲର୍‌ ବା କଥାକାରମାନେ କାହାଣୀ କହିବେ। ସ୍କୁଲ, କଲେଜ ଓ ବସ୍ତି ସମେତ ବିଭିନ୍ନ ସମୁଦାୟର ଛାତ୍ରୀଛାତ୍ରଙ୍କୁ ଏହି ଇଭେଣ୍ଟରେ ଅଂଶଗ୍ରହଣ କରିବା ପାଇଁ ଏକ ସୁଯୋଗ ଦିଆଯିବ। ବିଶେଷକରି ଦୃଷ୍ଟିହୀନ ଓ ଶ୍ରବଣ ଶକ୍ତି ନ ଥିବା ପିଲାଙ୍କ ସୁବିଧା ପାଇଁ ସାଙ୍କେତିକ ଭାଷାରେ ଏକ ସ୍ବତନ୍ତ୍ର ଭାବେ ଷ୍ଟୋରି ଟେଲିଂ ସେଶନ କରାଯିବ। ବ୍ରାଜିଲ, ସ୍କଟ୍‌ଲାଣ୍ଡ, ସିଙ୍ଗାପୁର, ଇଣ୍ଡୋନେସିଆ ଓ ଦକ୍ଷିଣ ଆଫ୍ରିକାରୁ ଅନ୍ତର୍ଜାତୀୟ କଥାକାରଙ୍କ ସମେତ ନିଲେଶ ମିଶ୍ରା, ନନ୍ଦିତା ଦାସ, କୁନା ତ୍ରିପାଠୀ, ନୂପୁର ଅଗ୍ରଓ୍ବାଲ, ମୀରା ଦାସ, କପିଲ ପାଣ୍ଡେଙ୍କ ଭଳି ଜାତୀୟ ତଥା ଓଡ଼ିଶାର ଅନେକ ଲୋକପ୍ରିୟ କଥାକାର ଏହି ଇଭେଣ୍ଟରେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri