ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ମିନି ଷ୍ଟାଡିୟମ ବ୍ୟୟାମ କେନ୍ଦ୍ର

ଗଞ୍ଜାମ,୬।୧୨(ବିଦ୍ୟାଧର ସାହୁ): ସ୍ଥାନୀୟ ଅଞ୍ଚଳବାସୀଙ୍କ ବୃହତ ସ୍ବାର୍ଥ ଦୃଷ୍ଟିରୁ ତଥା ଶରୀର ସୁସ୍ଥ ଓ ଶବଳ ରଖିବା ଲାଗି ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମଠାରେ ତତ୍କାଳୀନ ସରକାରଙ୍କ ପକ୍ଷରୁ ବିଭିନ୍ନ ବ୍ୟାୟାମ ସାମଗ୍ରୀର ବ୍ୟବସ୍ଥା କରାଯାଇଥିଲା। ବର୍ତ୍ତମାନ ଏହି ଷ୍ଟାଡିୟମଠାରେ ଥିବା ବ୍ୟୟାମ କେନ୍ଦ୍ର ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଥିବା ଦେଖିବାକୁ ମିଳିଛି l ସକାଳ ହେଲେ ଗଞ୍ଜେଇ ଖିଆଙ୍କ ବାସସ୍ଥଳୀ ଏବଂ ସନ୍ଧ୍ୟା ହେଲେ ମଦୁଆଙ୍କ ଭିଡ଼ ଜମୁଛି l ମାଳମାଳ ମଦ ବୋତଲ ଓ ପାଣି ବୋତଲ ମାଂସ ହାଡ଼ ଆଦି ପଡ଼ିଥିବା ଦେଖିବାକୁ ମିଳୁଛି l ଏନଏସି ପ୍ରଶାସନର ବେପରୁଆ ନୀତି ଏବଂ ଦୂରଦୃଷ୍ଟି ଅଭାବରୁ ତାହା ଠିକ ଭାବେ ରକ୍ଷଣବେକ୍ଷଣ କରାଯାଉନାହିଁ। ଯାହା ଫଳରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଏହି ସବୁ ସାମଗ୍ରୀ ଭାଙ୍ଗିରୁଜି ଯାଇଥିବା ଦେଖିବାକୁ ମିଳିଛି l ବର୍ତମାନ ତାହା ଆଉ ବ୍ୟବହାର ଯୋଗ୍ୟ ନୁହେଁ ବୋଲି ସୂଚନା ମିଳିଛି l ସହରରେ ଏମିତି ଅନେକ ପ୍ରକଳ୍ପ ବ୍ୟବହାର ପୂର୍ବରୁ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ତାହା ମଧ୍ୟ ବ୍ୟବହାର ଯୋଗ୍ୟ ହୋଇ ରହିନାହିଁ l ଏହାକୁ ନେଇ ଘୋର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ସହରବାସୀ l ପିସି କାରବାର ଜୋର ସୋରରେ ଚାଲିଥିବା ଯୋଗୁ ଠିକାଦାର ନିମ୍ନ କାମ କରି ଫାଇଦା ଉଠାଉଛନ୍ତି l ସମସ୍ୟା ଭୋଗ କରୁଛନ୍ତି ଅଞ୍ଚଳବାସୀ। ଏଥିସହ ବ୍ୟାୟାମ ସ୍ଥାନରେ କୁଢ଼ କୁଢ଼ ଅଳିଆ ଆବର୍ଜନା ମାସ ମାସ ଧରି ପଡିରହୁଛି l ପରିବେଶ ଦୂଷିତ ସହ ଦୁର୍ଘନ୍ଧରେ ନାକ ଫାଟି ପଡୁଛି l ଏଥିପାଇଁ ଲୋକେ ବ୍ୟାୟାମ କରିବାକୁ ନ ଆସି ମୁହଁ ଫେରାଉଛନ୍ତି l ରାତିରେ ପୋଲିସ ପେଟ୍ରୋଲିଂ କଡାକଡି କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri