ଅବହେଳିତ ଅବସ୍ଥାରେ ମିନି ଷ୍ଟାଡିୟମ

ଚିତ୍ରକୋଣ୍ଡା,୧।୧୨(ଡି.ଏନ.ଏ.):  କେନ୍ଦ୍ର ଓ ରାଜ୍ୟ ସରକାର କ୍ରୀଡ଼ାର ବିକାଶ ପାଇଁ ବ୍ଲକ ଓ ପଞ୍ଚାୟତ ଷ୍ଟାଡିୟମ ଓ ମିନି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ସେଠାରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନକରି ଉଭୟ ଆୟୋଜକ ଓ ଖେଳାଳିମାନେ ଉପକୃତ ହୋଇଥାନ୍ତି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକରେ ଥିବା ମିନି ଷ୍ଟାଡିୟମ ଅବହେଳିତ ଅବସ୍ଥାରେ ପଡିଛି। ଏହା ସମ୍ପୂର୍ଣ୍ଣ ଜଙ୍ଗଲରେ ପରିଣତ ହୋଇଛି। ୨୦୦୭ରେ ସ୍ଥାନୀୟ ବାଳକ ବିଦ୍ୟାଳୟ ସମ୍ମୁଖରେ ପ୍ରତିଷ୍ଠା ହୋଇଥିବା ଏହି ଷ୍ଟାଡିୟମ ଏବେ ଖେଳିବା ଉପଯୋଗୀ ହୋଇନାହିଁ। ଏଠାରେ ପିଲା ଖେଳିବା ବଦଳରେ ଗୋରୁ ଚରୁଥିବା ଦେଖିବାକୁ ମିଳୁଛି। ଏନେଇ ସ୍ପୋର୍ଟସ କ୍ଲବ ଏବଂ ସ୍ଥାନୀୟ କ୍ରୀଡ଼ାପ୍ରେମୀମାନେ ଏହାର ରକ୍ଷଣାବେକ୍ଷଣ ପାଇଁ ବିଡିଓ ଲରିମନ ଖରସେଲଙ୍କୁ ଅନୁରୋଧ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ସୂଚନାଯୋଗ୍ୟ, ଏକଦା ଏହି ଖେଳ ପଡ଼ିଆରେ ରାଜ୍ୟସ୍ତରୀୟ ଖେଳ ପ୍ରତିଯୋଗିତାମାନ ହେଉଥିଲା। ବିଭିନ୍ନ ସମୟରେ ଏଠାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମଠାରୁ ଆରମ୍ଭକରି ଅନେକ ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମ କରାଯାଉଥିଲା। ଷ୍ଟାଡିୟମର ମରାମତି କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ: ସେପ୍ଟେମ୍ବର ପ୍ରଥମରୁ ଏହି ୩ ରାଶିଙ୍କ ସୁବର୍ଣ୍ଣ ଦିନ ଆରମ୍ଭ! ମନଚାହାଁ ଫଳ ମିଳିବ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଗୋଚର ଏବଂ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଆସନ୍ତା ୨ ସେପ୍ଟେମ୍ବର ୨୦୨୬, ଦିନ ୧ଟା ୨୫ ମିନିଟରେ ମଙ୍ଗଳ ପୁନର୍ବସୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri