ମିନିବସ୍‌ ଓଲଟି ୫ ଗୁରୁତର, ୩୫ ଆହତ

ଢେଙ୍କାନାଳ ଅଫିସ, ୨୩।୩ – କ୍ଷମତାଠାରୁ ଅଧିକ ଯାତ୍ରୀ ଧରି ଯାଉଥିବାବେଳେ ଢେଙ୍କାନାଳ ସଦର ଥାନା ବଣସିଂହ ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଭାରସାମ୍ୟ ହରାଇ ଘରୋଇ ମିନିବସ୍‌ ସମଲେଇ (ନଂ. ଓଆର୍‌ ୦୬ ଏଫ୍‌ ୧୬୦୫) ଓଲଟି ପଡ଼ିଛି। ଏଥିରେ ୩୫ ଯାତ୍ରୀ ଆହତ ହୋଇଛନ୍ତି। ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ବସ୍‌ଟି ବଣସିଂହ ଅଞ୍ଚଳରୁ ଢେଙ୍କାନାଳ ଅଭିମୁଖେ ଆସୁଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲା। ବସ୍‌ ଭିତରେ ଫସି ରହିଥିବା ଯାତ୍ରୀଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ସେମାନଙ୍କୁ ଆମ୍ବୁଲାନ୍ସ, ଘରୋଇ ଗାଡ଼ି ସହାୟତାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ମାମୁନି ଦେହୁରୀ (୯), ନିରଞ୍ଜନ ଦାସ (୬୦), ଶୁଭ୍ରାଂଶୁ ରାଉତ (୨୭)ଙ୍କ ସମେତ ଅନ୍ୟ ୨ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ତୁରନ୍ତ କଟକ ସ୍ଥାନାନ୍ତର କରିଦିଆଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ୨୫ ଜଣଙ୍କୁ ଛାଡ଼ି ଦିଆଯାଇଛି। ଅନ୍ୟମାନଙ୍କ ଚିକିତ୍ସା ଚାଲିଛି। ତେବେ ଆହତଙ୍କ ଚିକିତ୍ସା ବେଳେ ଟକ୍ସାଇଡ୍‌ ଇଞ୍ଜେକ୍ସନ ଅଭାବ ଦେଖାଦେଇଥିଲା। ସେହିପରି ମାତ୍ର ଜଣେ ଡାକ୍ତର ଥିବାରୁ ସମସ୍ୟା ସୃଷ୍ଟି ହୋଇଥିଲା। ଜିଲାପାଳ ସରୋଜ କୁମାର ସେଠୀଙ୍କ ହସ୍ତକ୍ଷେପ ପରେ ଟକ୍ସାଇଡ୍‌ ଇଞ୍ଜେକ୍ସନ ଅଣାଯାଇ ଚିକିତ୍ସା କରାଯାଇଥିଲା।
କଟକ ସ୍ଥାନାନ୍ତର ହୋଇଥିବା ଗୁରୁତରଙ୍କ ଚିକିତ୍ସା ପାଇଁ ରେଡ୍‌କ୍ରସ୍‌ ପାଣ୍ଠିରୁ ୧୦ହଜାର ଟଙ୍କା ଏବଂ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଆହତଙ୍କ ପାଇଁ ୫ହଜାର ଟଙ୍କା ପ୍ରଦାନ କରାଯାଇଛି। ଜିଲାପାଳ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଦୁର୍ଘଟଣାର ବିଧିବଦ୍ଧ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସଦର ଥାନାଧିକାରୀ ଅଭିନବ ଡାଳୁଆ ସଦଳବଳ ପହଞ୍ଚତ୍ ବସ୍‌ ଜବତ କରିବା ସହିତ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri