ମିନିବସ୍‌ ଓଲଟି ୫ ଗୁରୁତର, ୩୫ ଆହତ

ଢେଙ୍କାନାଳ ଅଫିସ, ୨୩।୩ – କ୍ଷମତାଠାରୁ ଅଧିକ ଯାତ୍ରୀ ଧରି ଯାଉଥିବାବେଳେ ଢେଙ୍କାନାଳ ସଦର ଥାନା ବଣସିଂହ ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଭାରସାମ୍ୟ ହରାଇ ଘରୋଇ ମିନିବସ୍‌ ସମଲେଇ (ନଂ. ଓଆର୍‌ ୦୬ ଏଫ୍‌ ୧୬୦୫) ଓଲଟି ପଡ଼ିଛି। ଏଥିରେ ୩୫ ଯାତ୍ରୀ ଆହତ ହୋଇଛନ୍ତି। ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ବସ୍‌ଟି ବଣସିଂହ ଅଞ୍ଚଳରୁ ଢେଙ୍କାନାଳ ଅଭିମୁଖେ ଆସୁଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲା। ବସ୍‌ ଭିତରେ ଫସି ରହିଥିବା ଯାତ୍ରୀଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ସେମାନଙ୍କୁ ଆମ୍ବୁଲାନ୍ସ, ଘରୋଇ ଗାଡ଼ି ସହାୟତାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ମାମୁନି ଦେହୁରୀ (୯), ନିରଞ୍ଜନ ଦାସ (୬୦), ଶୁଭ୍ରାଂଶୁ ରାଉତ (୨୭)ଙ୍କ ସମେତ ଅନ୍ୟ ୨ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ତୁରନ୍ତ କଟକ ସ୍ଥାନାନ୍ତର କରିଦିଆଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ୨୫ ଜଣଙ୍କୁ ଛାଡ଼ି ଦିଆଯାଇଛି। ଅନ୍ୟମାନଙ୍କ ଚିକିତ୍ସା ଚାଲିଛି। ତେବେ ଆହତଙ୍କ ଚିକିତ୍ସା ବେଳେ ଟକ୍ସାଇଡ୍‌ ଇଞ୍ଜେକ୍ସନ ଅଭାବ ଦେଖାଦେଇଥିଲା। ସେହିପରି ମାତ୍ର ଜଣେ ଡାକ୍ତର ଥିବାରୁ ସମସ୍ୟା ସୃଷ୍ଟି ହୋଇଥିଲା। ଜିଲାପାଳ ସରୋଜ କୁମାର ସେଠୀଙ୍କ ହସ୍ତକ୍ଷେପ ପରେ ଟକ୍ସାଇଡ୍‌ ଇଞ୍ଜେକ୍ସନ ଅଣାଯାଇ ଚିକିତ୍ସା କରାଯାଇଥିଲା।
କଟକ ସ୍ଥାନାନ୍ତର ହୋଇଥିବା ଗୁରୁତରଙ୍କ ଚିକିତ୍ସା ପାଇଁ ରେଡ୍‌କ୍ରସ୍‌ ପାଣ୍ଠିରୁ ୧୦ହଜାର ଟଙ୍କା ଏବଂ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଆହତଙ୍କ ପାଇଁ ୫ହଜାର ଟଙ୍କା ପ୍ରଦାନ କରାଯାଇଛି। ଜିଲାପାଳ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଦୁର୍ଘଟଣାର ବିଧିବଦ୍ଧ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସଦର ଥାନାଧିକାରୀ ଅଭିନବ ଡାଳୁଆ ସଦଳବଳ ପହଞ୍ଚତ୍ ବସ୍‌ ଜବତ କରିବା ସହିତ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri