ଫୁଲବାଣୀରେ ସର୍ବନିମ୍ନ ପାରଦ ୯.୫ ଡିଗ୍ରୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସାରା ଓଡ଼ିଶାରେ ଶୀତର ଲହରି ଜାରି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୧୦ଡିଗ୍ରୀ ରହୁଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରଭାବ ଅଧିକ ଅନୁଭୂତ ହେଉଛି। ରବିବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୯.୫ଡିଗ୍ରୀ ସହ ସବୁଠାରୁ ଥଣ୍ଡା ସହର ରହିଥିଲା। ସେହିପରି ୨୨ଟି ସହରରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦୁଝରଗଡ଼ରେ ୧୦, ଦାରିଙ୍ଗବାଡ଼ିରେ ୧୦, ଝାରସୁଗୁଡ଼ା ୧୦.୬, ବାଲେଶ୍ୱର ୧୩.୯, କଟକ ୧୪.୮, ଭୁବନେଶ୍ୱର ୧୪, ଅନୁଗୋଳ ୧୨.୬, ବାରିପଦା ୧୪, ସମ୍ବଲପୁର ୧୩.୫, ସୁନ୍ଦରଗଡ଼ ୧୨, ହୀରାକୁଦ ୧୧.୮, ଭବାନୀପାଟଣା ୧୩, ବଲାଙ୍ଗୀର ୧୩.୫, କୋରାପୁଟ ୧୨.୬, ଟିଟିଲାଗଡ଼ ୧୪, ସୋନପୁର ୧୩.୯, ବୌଦ୍ଧ ୧୪, ଭଦ୍ରକ ୧୪, ବରଗଡ଼ ୧୨.୪, ଦେବଗଡ଼ ୧୧.୫, କେନ୍ଦ୍ରାପଡ଼ାରେ ୧୪.୨ ଡିଗ୍ରୀ ତାପମାତ୍ରା ରହିଥିଲା। ସେହିଭଳି ଚାନ୍ଦବାଲି ଓ ନୟାଗଡ଼ରେ ୧୫ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ଏହିଭଳି ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରୁ ବହୁଥିବା ପବନର ପ୍ରଭାବରେ ତାପମାତ୍ରା ହ୍ରାସ ପାଉଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri