ଖଣି ଅଞ୍ଚଳ ଏବେ ଶସ୍ୟଶ୍ୟାମଳା

ଯୋଡ଼ା,୧୮ା୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳ, ଭୌଗୋଳିକ ଦୃଷ୍ଟିକୋଣରୁ ବଣ ପାହାଡ଼ ଘେରା ଏହି ଅଞ୍ଚଳରେ ରାଜ୍ୟର ଅନେକ ଛୋଟ ବଡ଼ ଲୁହାପଥର ଖଣି ରହିଛି। ଏଠାକାର ମାଟି ପଥୁରିଆ ହୋଇଥିବାରୁ ଚାଷ କରିବା ଏତେ ସହଜ ହୋଇ ନ ଥାଏ। ଏହି ମାଟିରେ ପରିବା ଚାଷ କରି ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି ସଫଳଚାଷୀ ଗଙ୍ଗା ମୁଣ୍ଡା। ଖଣି ଅଞ୍ଚଳକୁ ସବୁଜିମା ତଥା ଶସ୍ୟଶ୍ୟାମଳାରେ ପରିଣତ କରି ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ତାଙ୍କ ଦ୍ବାରା ଉତ୍ପାଦିତ, ବାଇଗଣ, କୋବି, ବିନ୍ସ, ବିଲାତି ପ୍ରଭୃତି ପରିବା ବ୍ୟବସାୟୀମାନେ କିଣି ବଜାରରେ ବିକ୍ରି କରୁଛନ୍ତି। କେନ୍ଦୁଝର ଜିଲା ଖଣି ଅଞ୍ଚଳର ଯୋଡ଼ା ପୌରାଞ୍ଚଳ ଅଧୀନ ୬ ନଂ. ଓ୍ବାର୍ଡର ଗଙ୍ଗାଙ୍କୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା।
ଏ ସମ୍ପର୍କରେ ଯୋଡ଼ା ବିକାଶ ପରିଷଦ ସଭାପତି ନିରଞ୍ଜନ ବହିଦାର କହିଛନ୍ତି, ଖଣି ଅଞ୍ଚଳ ଯୋଗୁ ପ୍ରାୟତଃ ୯୦ ପ୍ରତିଶତ ଲୋକ ଖଣି କାମରେ ନିୟୋଜିତ ରହିଥିଲେ। କିଛିବର୍ଷ ପୂର୍ବେ ଖଣିଗୁଡ଼ିକରେ ମେଶିନ ବ୍ୟବହାର ହୋଇଯିବାରୁ ଅନେକ ଶ୍ରମିକ ଶ୍ରେଣୀର ଲୋକ ରୋଜଗାର ହରାଇଲେ। ଏପରି ସ୍ଥଳେ ଗଙ୍ଗା ଖଣି ଅଞ୍ଚଳରେ ଚାଷ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ସ୍ଥାନୀୟ ଯୋଡ଼ା ଅଞ୍ଚଳବାସୀ ତଥା ଅବସରପ୍ରାପ୍ତ ଶିକ୍ଷକ ସୋମନାଥ ମହାନ୍ତି କହିଛନ୍ତି, ଖଣି ଅଞ୍ଚଳରେ ଦିନକୁ ଦିନ ଅଧିକ ଯାନ୍ତ୍ରିକ ଖଣି କରାଯାଉଥିବାରୁ ଶ୍ରମିକମାନଙ୍କୁ ଆଉ କାମ ମିଳୁନାହିଁ। ବ୍ୟାପକ ଖଣି ଖନନ ଦ୍ୱାରା ପରିବେଶ ପ୍ରଦୂଷଣ ହେବା ସହିତ ଜମିର ଉର୍ବରତା ନଷ୍ଟ ହେଉଛି। ତଥାପି ନିଜର ଦୃଢ଼ ଇଚ୍ଛାଶକ୍ତି ଓ ପରିଶ୍ରମ ବଳରେ ଗଙ୍ଗା ଖଣି ଅଞ୍ଚଳରେ ଜଣେ ସଫଳ ଚାଷୀ ରୂପେ ନିଜକୁ ପ୍ରତିଷ୍ଠିତ କରିପାରିଛନ୍ତି। ଗଙ୍ଗାଙ୍କ ସ୍ତ୍ରୀ ସୁମିତ୍ରା ମୁଣ୍ଡା କୁହନ୍ତି, କାମଧନ୍ଦା ଅଭାବରୁ ଚାଷକାମକୁ ଆପଣେଇଛନ୍ତି। ତାଙ୍କୁ କିଛି ସରକାରୀ ପ୍ରୋତ୍ସାହନ ମିଳିଲେ ତାଙ୍କ ପରିବାର ଆହୁରି ଅଧିକ କିଛି କରିପାରନ୍ତେ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri