ନିଆଁ ଲଗାଇ କ୍ଷମା ମାଗିଲେ ମନ୍ତ୍ରୀ

ହାଇଦ୍ରାବାଦ: ତେଲଙ୍ଗାନାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କୋଣ୍ଡା ସୁରେଖା ବୁଧବାର ଅଭିନେତ୍ରୀ ସାମନ୍ଥା ଓ ଅଭିନେତା ନାଗା ଚୈତନ୍ୟଙ୍କ ବିବାହ ବିଚ୍ଛେଦକୁ ନେଇ ଏକ ବିବାଦୀୟ ବୟାନ ଦେଇଥିଲେ। ଭାରତ ରାଷ୍ଟ୍ର ସମିତି(ବିଆର୍‌ଏସ୍‌)ର କାର୍ଯ୍ୟକାରୀ ସଭାପତି କେ.ଟି. ରାମାରାଓଙ୍କୁ ଟାର୍ଗେଟ କରି ସୁରେଖା କହିଥିଲେ, ୨୦୨୧ରେ ତତ୍କାଳୀନ ମନ୍ତ୍ରୀ ରାମାରାଓଙ୍କ ଯୋଗୁ ସାମନ୍ଥା ଓ ନାଗା ଚୈତନ୍ୟଙ୍କ ମଧ୍ୟରେ ବିବାହ ବିଚ୍ଛେଦ ହୋଇଥିଲା। ସେତେବେଳେ ରାମାରାଓ ସାମନ୍ଥାଙ୍କର ଫୋନ୍‌ ଟ୍ୟାପିଂ କରିବା ସହ ତାଙ୍କୁ ଚୈତନ୍ୟଙ୍କଠାରୁ ଅଲଗା ହେବା ପାଇଁ ବ୍ଲାକ୍‌ମେଲିଂ କରିଥିଲେ। ତେବେ ସୁରେଖାଙ୍କର ଏହି ବୟାନଙ୍କୁ ସାମନ୍ଥା ଓ ଚୈତନ୍ୟଙ୍କ ସହ ତେଲ୍‌ଗୁ ଫିଲ୍ମ ଇଣ୍ଡଷ୍ଟ୍ରିର ବହୁ ତାରକା ସମାଲୋଚନା କରିଛନ୍ତି। ସୁରେଖାଙ୍କ ବୟାନକୁ ନେଇ ସାମନ୍ଥା ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି କହିଛନ୍ତି, ଛାଡ଼ପତ୍ର ତାଙ୍କର ବ୍ୟକ୍ତିଗତ ବ୍ୟାପାର। ଏଥିରେ କୌଣସି ରାଜନୈତିକ ଷଡ଼ଯନ୍ତ୍ର ନାହିଁ। ସେହିପରି ଚୈତନ୍ୟ କହିଛନ୍ତି, ଛାଡ଼ପତ୍ର ନେଇ ଉଭୟଙ୍କର ବ୍ୟକ୍ତିଗତ ସହମତି ଥିଲା। ସୁରେଖାଙ୍କର ବୟାନ ହାସ୍ୟାସ୍ପଦ ହୋଇଥିବା ସେ କହିଛନ୍ତି। ଚୈତନ୍ୟଙ୍କ ବାପା ତଥା ତେଲ୍‌ଗୁ ସୁପରଷ୍ଟାର ନାଗାର୍ଜୁନ ଅକ୍କିନେନୀ ସୁରେଖାଙ୍କର ମନ୍ତବ୍ୟକୁ ନିନ୍ଦା କରିବା ସହ ଏହା ମିଥ୍ୟା ତଥ୍ୟ ଉପରେ ଆଧାରିତ ବୋଲି କହିଛନ୍ତି। ସେହିପରି ଚିରଞ୍ଜୀବୀ, ଜୁନିୟର ଏନ୍‌ଟିଆର୍‌, ଭେଙ୍କଟେଶ୍‌, ପ୍ରକାଶ ରାଜ୍‌ଙ୍କ ପରି ତେଲ୍‌ଗୁ ଫିଲ୍ମ ଇଣ୍ଡଷ୍ଟ୍ରିର ବହୁ ବରିଷ୍ଠ କଳାକାର ଉକ୍ତ ବୟାନକୁ ନେଇ ସୁରେଖାଙ୍କୁ ଭର୍ତ୍ସନା
କରିଛନ୍ତି। କୌଣସି କଳାକାରଙ୍କ ବ୍ୟକ୍ତିଗତ ଜୀବନକୁ ଆକ୍ଷେପ କରି ମନ୍ତବ୍ୟ ଦେବା ପାଇଁ ସୁରେଖାଙ୍କର କୌଣସି ଅଧିକାର ନାହିଁ ବୋଲି ସେମାନେ କହିଛନ୍ତି। ତେବେ ବିବାଦ ବଢ଼ିବାରୁ ଗୁରୁବାର ସୁରେଖା ନିଜ ବୟାନକୁ ଫେରାଇବା ସହ କ୍ଷମା ପ୍ରାର୍ଥନା କରିଛନ୍ତି। ସେ କହିଛନ୍ତି, ବିଆର୍‌ଏସ୍‌ ନେତା ରାମାରାଓଙ୍କୁ ଟାର୍ଗେଟ କରିବାବେଳେ ଭାବବିହ୍ବଳ ହୋଇ ସାମନ୍ଥା ଓ ଚୈତନ୍ୟଙ୍କୁ ନେଇ ଅନିଚ୍ଛାକୃତ ଭାବେ ସେ ଏହି ବୟାନ ଦେଇଥିଲେ। ତେବେ ଘଟଣାକୁ କେନ୍ଦ୍ର କରି ଗୁରୁବାର ଅଭିନେତା ନାଗାର୍ଜୁନ ସ୍ଥାନୀୟ ନମ୍ପାଲି କୋର୍ଟରେ ଭାରତୀୟ ନ୍ୟାୟ ସଂହିତା(ବିଏନ୍‌ଏସ୍‌)ର ଧାରା ୩୫୬ ଅନୁଯାୟୀ, ସୁରେଖାଙ୍କ ବିରୋଧରେ ଏକ ମାନହାନୀ ମକଦ୍ଦମା ଦାଏର କରିଛନ୍ତି। ଏନେଇ ତାଙ୍କ ପୁଅ ଚୈତନ୍ୟ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri