ବିଡିଓଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

ଗଞ୍ଜାମ,୨୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଶ୍ରେଷ୍ଠ ବିଡିଓ ଭାବେ ଗଞ୍ଜାମ ବ୍ଲକ ବିଡିଓ ବିଶ୍ୱଜିତ ରାୟଙ୍କୁ ସାଧାରଣତନ୍ତ୍ର ଦିବସ ଅବସରରେ ଛତ୍ରପୁର ଷ୍ଟାଡିଅମଠାରେ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସମ୍ମାନିତ କରିଛନ୍ତି। ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା, ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ। ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ, ପୂର୍ବତନ ସରପଞ୍ଚ ଗୋବିନ୍ଦ ରେଡ୍ଡୀ, ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟ, ଗଞ୍ଜାମ ପ୍ରେସ କ୍ଲବ ସଭାପତି ଶବର କୁମାର ତରାଇ ପ୍ରମୁଖ କୃତଜ୍ଞତା ଜଣାଇଛନ୍ତି l