ଟ୍ୟାପ୍‌ ପାଣି ପିଇ ମାନ ପରଖିଲେ ମନ୍ତ୍ରୀ

ପୁରୀ ଅଫିସ,୧।୮: ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ମନ୍ତ୍ରୀ ପ୍ରତାପ ଜେନା ଶନିବାର ପୁରୀରେ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବଡ଼ଦାଣ୍ଡସ୍ଥିତ ଏକ ଟ୍ୟାପ୍‌ରୁ ପାଣି ପିଇଛନ୍ତି। ଏଥିସହ ପାଣିର ମାନ ନେଇ ସହରବାସୀଙ୍କ ସହିତ ଆଲୋଚନା କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାରେ ପୁରୀ ହେଉଛି ଦେଶର ପ୍ରଥମ ସହର। ଏହାଦ୍ୱାରା ପିଇବା ପାଣିକୁ ଫିଲ୍‌ଟର କରିବାର ଆବଶ୍ୟକତା ନାହିଁ। ୨୪ଘଣ୍ଟା ଏହି ସେବା ମିଳିବ। ଏଥିଲାଗି ପ୍ରତ୍ୟେକ ଓ୍ବାର୍ଡରେ ଜଳସାଥୀଙ୍କୁ ନିୟୋଜିତ କରାଯାଇଛି। ବଡ଼ଦାଣ୍ଡରେ ୧୨୦ ସ୍ଥାନ ସହିତ ସହରର ୪ଶହ ଜାଗାରେ ଏଭଳି ବ୍ୟବସ୍ଥା କରାଯାଇଛି। ଏଥିଯୋଗୁ ୩ କୋଟି ପ୍ଲାଷ୍ଟିକ୍‌ ବୋତଲ ତଥା ୪ଶହ ମେଟ୍ରିକ୍‌ ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁରୁ ସହର ରକ୍ଷା ପାଇପାରିବ। ଏପର୍ଯ୍ୟନ୍ତ ଘରଗୁଡ଼ିକୁ ୩୨ ହଜାର ସଂଯୋଗ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ପରେ ମନ୍ତ୍ରୀ ୭ ନମ୍ବର ୱାର୍ଡର ବଳିଆପଣ୍ଡା ରୋଡ୍‌ସ୍ଥିତ ଅବସରପ୍ରାପ୍ତ ଶିକ୍ଷକ ବିମ୍ବାଧର ଦାଶଙ୍କ ଘରକୁ ଯାଇ ସୁଜଳ ସଂଯୋଗରେ ଉପଲବ୍ଧ ପାଣିର ମାନ ସମ୍ପର୍କରେ ପଚାରି ବୁଝିିଥିଲେ। ୱାର୍ଡର ଜଳସାଥୀ ରୀନାରାଣୀ କବିରାଜଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ୱାଟ୍‌କୋ ଜେନେରାଲ ମ୍ୟାନେଜର ଶରତ ଚନ୍ଦ୍ର ମିଶ୍ର ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗତ ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏହି ପ୍ରକଳ୍ପକୁ ଲୋକାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri